BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ, ଜ୍ଞାନର ଅଭିବୃଦ୍ଧି ହେଲେ ସମାଜର ଉନ୍ନତି ଘଟିବ

ଭୁବନେଶ୍ୱର, – ପଣ୍ଡିତ ନୀଳକଣ୍ଠ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଏଲ କେ ଭୋଳାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ କହିଥିଲେ ଜ୍ଞାନର ଅଭିବୃଦ୍ଧି ହେଲେ ସମାଜର ଉନ୍ନତି ଘଟିବ । ଆମେ ଜେତେ ପଢିବା ସେତେ ଜ୍ଞାନ ଆହରଣ କରି ପାରିବା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାକୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି । ୫ଟି ମାଧ୍ୟମରେ ୫ ହଜାରରୁ ଅଧିକ ସ୍କୁଲର ବିକାଶ ହୋଇସାରିଛି । ଏଥିରେ ଇ-ଲାଇବ୍ରେରୀ ମଧ୍ୟ ସ୍ଥାନ ପାଇଛି । ଜ୍ଞାନର ଅଭିବୃଦ୍ଧି ପ୍ରକ୍ରିୟା ଏହିଭଳି ଆଗକୁ ଜାରି ରହିବ ବୋଲି କହିଥିଲେ । ଏଥିରେ ମୁଖ୍ୟବକ୍ତା ରୂପେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଧ୍ୟାପକ ବି କେ ଚୌଧୁରୀ, ସମ୍ମାନୀତ ଅତିଥି ଭାବେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁ, ବିଜେଡି ନେତା ସୁବାସ ଚନ୍ଦ୍ର ପାତ୍ର, ବିଜେଡି ଜିଲ୍ଲା ସମ୍ପାଦକ ତଥା ସମାଜସେବୀ ପ୍ରଶନ୍ନ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ । ମହାବିଦ୍ୟାଳୟରୁ କୃତିତ୍ୱର ସହ ଉୀର୍ଣ୍ଣ ହୋଇ ବିଭିନ୍ନ ଉଚ୍ଚ ପଦବୀରେ କାର୍ଯ୍ୟରତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।