BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆସୁଛି ଲଘୁଚାପ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଆସୁଛି ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ମେ’ ୫ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏହା ଅବପାତ ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି।
ତେବେ ଏହା କେବଳ ଦକ୍ଷିଣ ବଙ୍ଗୋପସାଗରରେ ପ୍ରଭାବ ପକାଇବ। ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହେବ।