BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମଧୁବାବୁ ଥିଲେ ସମଗ୍ର ଓଡ଼ିଆଙ୍କ ଆଦର୍ଶ ଓ ସ୍ୱାଭିମାନର ସର୍ବକାଳୀନ ପ୍ରତୀକ

ଭୁବନେଶ୍ୱର : ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଆନୁକୂଲ୍ୟରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପ୍ରଥମ ବାରିଷ୍ଟର, ପ୍ରଥମ ସ୍ନାତକ ତଥା ବହୁମୁଖୀ ପ୍ରତିଭାଦୀପ୍ତ ବ୍ୟକ୍ତିତ୍ୱ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍-୮ସ୍ଥିତ ପ୍ରତିମୂର୍ତ୍ତିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବରିଷ୍ଠ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ମାର୍ଗଦର୍ଶନରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ ପର୍ଶୁରାମ ଦ୍ୱିବେଦୀ, ଶିକ୍ଷାବିତ୍ ଭାଷାପ୍ରାଣ ସୀତା ବଲ୍ଲଭ ମହାପାତ୍ର, ମୁଖପାତ୍ର ଅରବିନ୍ଦ ତ୍ରିପାଠୀ, ଭାଷାପ୍ରାଣ ଲକ୍ଷ୍ମୀଧର ବେହେରା, ମଧୁସୂଦନ ଦାସ, ଭୁବନ ମୋହନ ମହାନ୍ତି, ରମେଶ ପାତାଳସିଂ ପ୍ରମୁଖ ଉପସ୍ଥିତ ରହି ମଧୁବାବୁଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ। ମଧୁବାବୁ ଉତ୍କଳ ଟ୍ୟାନେରୀ ପ୍ରତିଷ୍ଠା କରିବା, ଓଡ଼ିଶାର ବିଚ୍ଛିନ୍ନାଞ୍ଚଳକୁ ଏକତ୍ରୀକରଣ କରିବା, ଉତ୍କଳ ଆର୍ଟ ୱାର୍କସ ପ୍ରତିଷ୍ଠା କରିବା, ପ୍ରଥମ ଓଡ଼ିଆ ଅଧିବକ୍ତା ଭାବେ ବିହାର, ଓଡ଼ିଶା ବିଧାନସଭା ସଦସ୍ୟ ଭାବେ ତାଙ୍କର କାର୍ଯ୍ୟ ଥିଲା ଅବିସ୍ମରଣୀୟ।

ମଧୁବାବୁ ସମଗ୍ର ଓଡ଼ିଆଙ୍କ ସମ୍ମାନ, ସ୍ୱାଭିମାନର ସର୍ବକାଳୀନ ପ୍ରତୀକ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଆଜିର ଯୁବପିଢି ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଆବଶ୍ୟକ ବୋଲି ମତବ୍ୟକ୍ତ କରାଯାଇଥିଲା। କାର୍ଯ୍ୟକ୍ରମକୁ ସତ୍ୟବ୍ରତ ଜେନା, ଅମିତ ପରି•ଳନା କରିଥିଲେ ବୋଲି ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଜଣାଇଛନ୍ତି।