ମାଲକାନଗିରି ଜିଲ୍ଲା ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳ
କଟକ: ମାଲକାନଗିରି ଜିଲ୍ଲା ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ପୋଲିସ ଏକ କାଳୀନ 1050 କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି, ଯାହାର ଆନୁମାନିକ ବଜାର ମୂଲ୍ୟ 10 କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି।
ଏହି ଘଟଣାରେ ପୋଲିସ 3 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଗଞ୍ଜେଇ ଚୋରା ଚାଲାଣରେ ବ୍ୟବହୃତ ଏକ ଟ୍ରକକୁ ଜବତ କରିଛି। ଗିରଫ ସମସ୍ତ ଅଭିଯୁକ୍ତ ହେଉଛନ୍ତି, ଉତ୍ତର ପ୍ରଦେଶ ରାଜ୍ୟର। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ବୋଲି କଟକ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ ଯେ,ମାଲକାନଗିରି ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, ମାଲକାନଗିରି ଏସପି ବିନୋଦ ପାଟିଲ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଆଗାମୀ ଦିନରେ ମଧ୍ୟ ଗଞ୍ଜେଇ ଚୋରା ଚାଲାଣ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ