BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଟ୍ରିକ ପିଲାଙ୍କ ପାଇଁ ପରୀକ୍ଷା ଦର୍ପଣ ଉନ୍ମୋଚିତ।

ଭୁବନେଶ୍ଵର,୨୭/୧(ଓଡ଼ିଆ ନ୍ୟୁଜ): ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ସହାୟକ ପୁସ୍ତିକା ‘ପରୀକ୍ଷା ଦର୍ପଣ’କୁ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉନ୍ମୋଚନ କରିଛନ୍ତି। ୭୦୦ ପୃଷ୍ଠା ବିଶିଷ୍ଟ ଏହି ପୁସ୍ତିକାରେ ମାଟ୍ରିକ ପରୀକ୍ଷାର ସାମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିଛି। ସରକାର ଏହି ପୁସ୍ତିକାକୁ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଯୋଗାଇଦେବେ।ରାଜ୍ୟର ୬ ଲକ୍ଷ ୨୦ ହଜାର ୫୦୮ ଛାତ୍ରଛାତ୍ରୀଙ୍କୁ ଏହି ପୁସ୍ତିକା ବଣ୍ଟନ କରାଯିବ। ଆସନ୍ତା ଫେବୃୟାରୀ ୧୫ ତାରିଖ ସୁଦ୍ଧା ଏହି ପୁସ୍ତିକାକୁ ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚାଇବା ଲାଗି ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏଥିପାଇଁ ଫେବୃୟାରୀ ୧୨ ତାରିଖ ସୁଦ୍ଧା ‘ପରୀକ୍ଷା ଦର୍ପଣ’ ପୁସ୍ତିକାକୁ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ପହଞ୍ଚାଯିବ।ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ଆଜିଠାରୁ ପୁସ୍ତିକା ପଠାଯାଇଛି। ଜିଲା ଶିକ୍ଷା ଅଧିକାରୀମାନେ ଜିଲାର ଉପାନ୍ତ ବ୍ଲକର ଛାତ୍ରଛାତ୍ରୀମାନଙ୍କୁ ପ୍ରାଥମିକତା ଦେବାକୁ ବ୍ୟବସ୍ଥା କରିବେ ଏବଂ ପୁସ୍ତିକା ବଣ୍ଟନରେ ସ୍ବଚ୍ଛତା ଅବଲମ୍ବନ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାରେ ନିର୍ଦେଶ  ଦିଆଯାଇଛି।