BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଖୁବଶୀଘ୍ର ବାହାରିବ ମାଟ୍ରିକ ରେଜଲ୍ଟ।

କଟକ ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ ବିବରଣୀ ମାଗିଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ଫର୍ମାଟରେ ବିବରଣୀ ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଫର୍ମାଟରେ ସ୍କୁଲ ନାମ, ନମ୍ବର ଓ ରୋଲ ନମ୍ବର ଆଦି ତଥ୍ୟ ଉଲ୍ଲେଖ ରହିବ।

ଏଥିସହ ଦଶମ ଟେଷ୍ଟ ଓ ନବମ ବାର୍ଷିକ ପରୀକ୍ଷାର ନମ୍ବର ମଧ୍ୟ ମଗାଯାଇଛି । ଉଭୟ ପରୀକ୍ଷାରେ ପିଲା ରଖିଥିବା ନମ୍ବର ଦାଖଲ କରିବାକୁ ପ୍ରଧାନଶିକ୍ଷକଙ୍କୁ କୁହାଯାଇଛି। ସୋମବାର ସୁଦ୍ଧା ନିକଟସ୍ଥ ପରୀକ୍ଷାକେନ୍ଦ୍ରରେ ଫର୍ମାଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ବୋର୍ଡର ଏହି ନିଷ୍ପତ୍ତିକୁ ବିରୋଧ କରିଛି ଓଷ୍ଟା।