BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଖାଉଟିମାନଙ୍କୁ ସୁବିଧାରେ ଓ ଠିକଣା ସମୟରେ ଗ୍ୟାସ ପହଞ୍ଚାଇବା ଉପରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଗୁରୁତ୍ୱାରୋପ

ରାଜ୍ୟରେ ଏଲ୍‌ପିଜି ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

ଭୁବନେଶ୍ୱର : ରାଜ୍ୟରେ ଏଲ୍‌ପିଜି ସିଲିଣ୍ଡର ଖାଉଟିମାନଙ୍କୁ ସୁବିଧାରେ ଓ ଠିକଣା ସମୟରେ ଗ୍ୟାସ ପହଞ୍ଚାଇବା ଉପରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଗୁରୁତ୍ୱାରୋପ କରିଛି। ଏହି ମର୍ମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଗ୍ୟାସ କମ୍ପାନୀର ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟରେ ଯୋଗାଣ ଶୃଙ୍ଖଳକୁ ସ୍ଥିର ରଖିବା ସହ ଖାଉଟିମାନଙ୍କ ସ୍ୱାର୍ଥକୁ ଅଗ୍ରାଧିକାର ଦେବା ପାଇଁ ସେ ପ୍ରତିନିଧିମାନଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୫ କେଜିଆ ସିଲିଣ୍ଡର ବିନା ସୁରକ୍ଷା ଗ୍ୟାରେଣ୍ଟିରେ ବିକ୍ରୟ ହେଉଥିବା ସରକାରଙ୍କ ଦୃଷ୍ଟିକୁ ଆସିଥିବାରୁ ଏହା ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିୟମିତ ବ୍ୟବଧାନରେ ଗ୍ୟାସ ସିଲିଣ୍ଡରର କଳାବଜାରି କରୁଥିବା ଅସାଧୁ ବ୍ୟବସାୟୀଙ୍କ ଉପରେ ଚଢ଼ାଉ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେ କହିଥିଲେ । ରାଜ୍ୟରେ ଯୋଗାଣ ଶୃଙ୍ଖଳକୁ ନିରବଚ୍ଛିନ୍ନ ରଖିବା ପାଇଁ ଗ୍ୟାସ କମ୍ପାନୀମାନଙ୍କୁ ପତ୍ର ଲେଖି ଯୋଗାଣର ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ସେ ଅଧିକାରୀମାନଙ୍କୁ କହିଥିଲେ।

ଏହି ଅବସରରେ ଇଣ୍ଡିଆନ୍‌ ଅଏଲ୍‌ର ମୁଖ୍ୟ ପରିଚାଳକ ନାରୋ ଟଣ୍ଡପ, ଏଚ୍‌ପିସିଏଲ୍‌ର ଡେପୁଟି ଜେନେରାଲ୍‌ ମ୍ୟାନେଜର ଏମ୍‌ ଶ୍ରୀନିବାସନ୍‌, ବିପିସିଏଲ୍‌ର ରାଜ୍ୟ ଶାଖା ମୁଖ୍ୟ ରାଜକୁମାର ସିଂ, ଆଇଓସିଏଲ୍‌ର ମୁଖ୍ୟ ପରିଚାଳକ କେ. ସି ସେଠ୍‌ ଏବଂ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ସଲାଉଦ୍ଦିନ୍‌ ଖାନ୍‌ ଉପସ୍ଥିତ ଥିଲେ।