BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ‘ର ସଦସ୍ୟ

ଭୁବନେଶ୍ୱର: ବିଶିଷ୍ଟ ଜନନାୟକ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିରେ ଗଠିତ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି’ର ସଦସ୍ୟ ଗଣ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।

ଏହି ଅବସରରେ ସେମାନେ ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତି ରକ୍ଷା ବିଷୟରେ ଆଲୋଚନା କରିଛନ୍ତି। ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତିରେ ଏକ ପ୍ରତିମୂର୍ତ୍ତି ନିର୍ମାଣ କରାଯିବା ସହିତ ତାଙ୍କ ନାମରେ ଏକ ସଡ଼କକୁ ନାମିତ କରିବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ।

ଏହିସବୁ ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଏହି କମିଟିର ସଦସ୍ୟ ଭାବେ ପୃଥ୍ଵୀ ବଲ୍ଲଭ ପଟ୍ଟନାୟକ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଯଜ୍ଞେଶ୍ଵର ବାବୁ, ଅନନ୍ତ ସେଠୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର କହିଛନ୍ତି ଯେ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିରେ ଏକ ପ୍ରତିମୂର୍ତ୍ତି ନିର୍ମାଣ କରାଯିବା ସହିତ ତାଙ୍କ ନାମରେ ଏକ ସଡ଼କକୁ ନାମିତ କରିବା ପାଇଁ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜି ହୋଇଛନ୍ତି। ରାଜଧାନୀର ପ୍ରମୁଖ ସ୍ଥାନରେ ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି କହିଛନ୍ତି ।