BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାତୀୟ ରାଜପଥ ନିର୍ମାଣ ପ୍ରକଳ୍ପର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ନିର୍ମାଣ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବାକୁ ଅଧିକାରୀଙ୍କୁ ନିର୍ଦେଶ

ଭୁବନେଶ୍ୱର : ରାଜ୍ୟରେ ଚାଲିଥିବା ୧୬ଟି ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ନେଇ ସ୍ଥିତି ସମୀକ୍ଷା କରିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନI

ଆଜି ସଂଧ୍ୟାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଟିକିନିକ ସ୍ଥିତି ଯାଞ୍ଚ କରିବା ସହ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ନେଇ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେI

ପ୍ରକଳ୍ପ ଗୁଡ଼ିକ ଲାଗି ଆସୁଥିବା ସମସ୍ୟା ଯେପରିକି ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ଏବଂ ପରିବେଶ ମଞ୍ଜୁରୀ ଆଦି କିଭଳି ଶୀଘ୍ର ଦୂର କରାଯାଇ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଇହେବ ସେଥିନେଇ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ସମେତ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେI

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ ବିଭାଗର ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସ୍ବତନ୍ତ୍ର ସଚିବ ଲିଙ୍ଗରାଜ ଓତା,ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ମଧୁସ୍ମିତା ସାହୁ, ଦିଗନ୍ତ ରାଉତରାୟ, ସୁରଞ୍ଜନ ପ୍ରଧାନ,ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣର ଆଞ୍ଚଳିକ ଅଧିକାରୀ ବିରେନ୍ଦ୍ର ସିଂହ, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀ ସୁନିଲ କୁମାର ପ୍ରମୁଖ ଉପସ୍ଥିତ ଥିଲେ I