BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି।

ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି ଦାୟିତ୍ୱ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି। ଝାରସୁଗୁଡ଼ାର ବ୍ରଜରାଜନଗରର ଗାନ୍ଧିଛକରେ ରବିବାର ପୂର୍ବାହ୍ନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ଏହି ଗୁଳିମାଡ଼ କରିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅସ୍ତ୍ରୋପଚାର ପରେ ମଧ୍ୟ ପ୍ରାଣହାନି ଘଟିଥିଲା।