BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନାରେ ଚାଲିଗଲେ ମୋଦିଙ୍କ ସାନବୋଉ।

ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ ବୋଉ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ କରୋନା ସଂକ୍ରମିତ ହୋଇଥିଲେ। ନର୍ମଦାବେନ ନିଜ ପିଲାମାନଙ୍କ ସହିତ ନ୍ୟୁ ରାନିପ ଅଞ୍ଚଳରେ ରହୁଥିଲେ। ପ୍ରଧାନମନ୍ତ୍ରୀଙ୍କ ସାନଭାଇ ପ୍ରହ୍ଲାଦ ମୋଦି କହିଛନ୍ତି ଯେ, କରୋନା ସଂକ୍ରମଣ ହେତୁ ନର୍ମଦାବେନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା। ପ୍ରାୟ ଦଶ ଦିନ ପୂର୍ବେ ତାଙ୍କୁ ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଆଜି ଡାକ୍ତରଖାନାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ପ୍ରହ୍ଲାଦ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ପିତା ଦାମୋଦରଦାସଙ୍କ ଭାଇ ତଥା ନର୍ମଦାବେନଙ୍କ ସ୍ବାମୀ ଜଗଜୀବନଙ୍କର ଅନେକ ବର୍ଷ ପୂର୍ବରୁ ଦେହାନ୍ତ ହୋଇଥିଲା।