BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଦେଶରେ ସମ୍ମାନିତ ହେବେ ମୋଦି

ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ତାଙ୍କୁ ଖୁବ ଶୀଘ୍ର ଅନ୍ୟ ଏକ ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ କରାଯିବ। ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ନଗଡାଗ ପେଲ ଖୋରଲୋରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିବାକୁ ଘୋଷଣା କରିଛନ୍ତି ଭୁଟାନ ସରକାର। ଭୁଟାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁଟାନର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଲେଖିଛନ୍ତି ଯେ, ଭୁଟାନ ତାଙ୍କ ବିନା ସର୍ତ୍ତମୂଳକ ବନ୍ଧୁତା ଏବଂ ସମର୍ଥନ କରିବା ଏବଂ ବିଶେଷ କରି କରୋନା ମହାମାରୀ ସମୟରେ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି। ଏହା ମଧ୍ୟ ଲେଖାଯାଇଛି ଯେ ଭୁଟାନର ପ୍ରତ୍ୟେକ ନାଗରିକ ଏଥିପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସଫଳତା ପାଇଁ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।