BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଟେଣ୍ଟ ଓ କ୍ୟାଟରିଂ ସେବା କ୍ଷେତ୍ରରେ ମହିଳାଙ୍କ ପ୍ରବେଶ, ୯.୩ କୋଟି ବ୍ୟୟ ହେବ

  • ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

  • ୪,୦୦୦ ମହିଳା ଏସ୍‌ଏଚ୍‌ଜି ସଦସ୍ୟା ହେବେ ପ୍ରଶିକ୍ଷିତ

ଭୁବନେଶ୍ୱର :  ସ୍ଥାନୀୟ ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗ ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମିଶନ ଶକ୍ତି ନିର୍ଦ୍ଦେଶିକା ଡ. ମୋନିକା ପ୍ରିୟଦର୍ଶିନୀ ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦର ସିଇଓ ଶ୍ରୀ ରାଜନ ବାହାଦୁର ବୁଝାମଣା ପତ୍ରରେ ସ୍ଵାକ୍ଷର କରିଥିଲେ।

ପର୍ଯ୍ୟଟନ ଓ ଆତିଥେୟତା କ୍ଷେତ୍ରରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀର ପ୍ରବେଶକୁ ପ୍ରଶଂସା କରିବା ସହ ଏହି ଅଭିଯାନ ରାଜ୍ୟରେ ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ସୃଷ୍ଟି କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ। ମହିଳାମାନଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମାଧ୍ୟମରେ ମହିଳାଙ୍କ ଆର୍ଥିକ ସଶକ୍ତୀକରଣ କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ହେବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ଆୟୁକ୍ତ ତଥା ଶାସନ ସଚିବ ଶ୍ରୀ ଗିରିଶ ଏସ ଏନ ସ୍ୱାଗତ ଅଭିଭାଷଣ ରଖିବା ସହ ବୁଝାମଣାପତ୍ରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ଏହି ବୁଝାମଣାପତ୍ର ଅନୁସାରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀମାନଙ୍କୁ ଟେଣ୍ଟ ଭଡା ଓ କ୍ୟାଟରିଂ ପରିଚାଳନା ସେବା କ୍ଷେତ୍ରରେ ଉଦ୍ୟୋଗୀତା ପାଇଁ ପ୍ରଶିକ୍ଷିତ କରାଯିବ। ବ୍ୟବସାୟ ୟୁନିଟ୍‌ର ସ୍ଥାୟୀ ପରିଚାଳନା, ବୃତ୍ତିଗତ ଦକ୍ଷତା ବୃଦ୍ଧି, ଏଫ୍‌ଏସ୍‌ଏସ୍‌ଏଆଇ ପ୍ରମାଣପତ୍ର ପ୍ରଦାନ, ଡିପିଆର୍ ପ୍ରସ୍ତୁତି, ଉପକରଣ କ୍ରୟ, ବ୍ୟବସାୟରେ ଅଭିବୃଦ୍ଧି ଆଦି ବିଭିନ୍ନ ପ୍ରସଙ୍ଗରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏକ ହଜାର ସ୍ୱୟଂସହାୟକ ଗୋଷ୍ଠୀର ୪,୦୦୦ ମହିଳା ସଦସ୍ୟା ଖାଦ୍ୟ ଯୋଗାଣ, ଇଭେଣ୍ଟ ପରିଚାଳନା, ଟେଣ୍ଟ ଓ କ୍ୟାଟରିଂ ସେବା ଉପରେ ପ୍ରଶିକ୍ଷିତ ହେବେ। ଏହି ଯୋଜନା ପାଇଁ ୯.୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।