BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲୋକଙ୍କ ସମସ୍ୟାକୁ ବୁଝିବା ଏବଂ ତାହାର ଶୀଘ୍ର ସମାଧାନ କରିବା ହେଉଛି ଆମ ଶାସନର ମୂଳଦୁଆ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ଶାସନ ବ୍ୟବସ୍ଥାରେ ଏବେ ପାରଦର୍ଶିତା ଏବଂ ସାଧାରଣ ଜନତାଙ୍କ ସ୍ୱରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ, ଭୁବନେଶ୍ୱର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୧୬ତମ ଜନ ଶୁଣାଣି କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜେ ରାଜ୍ୟର ବିଭିନ୍ନ କୋଣରୁ ଆସିଥିବା ଶତାଧିକ ଲୋକଙ୍କ ସମସ୍ୟା ଶୁଣିବା ସହ ତାହାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଜନତାଙ୍କ ଅକୁଣ୍ଠ ବିଶ୍ୱାସ ଓ ଆସ୍ଥା ହିଁ ଆମକୁ ପ୍ରତିଦିନ ନିରନ୍ତର ସେବା କରିବା ପାଇଁ ଅପାର ଶକ୍ତି ଯୋଗାଉଛି। ଏ ସରକାର ହେଉଛି ‘ଲୋକଙ୍କ ସରକାର’। ପ୍ରଶାସନ ଓ ଜନତାଙ୍କ ମଧ୍ୟରେ ଥିବା ବ୍ୟବଧାନକୁ ଦୂର କରି ବ୍ୟବସ୍ଥାକୁ ଲୋକଙ୍କ ଅତି ନିକଟତର କରିବା ପାଇଁ ଆମେ ପ୍ରତିବଦ୍ଧ। ଜନଶୁଣାଣି, ପାରଦର୍ଶୀ ପ୍ରଶାସନ ଓ ଦ୍ରୁତ କାର୍ଯ୍ୟାନୁଷ୍ଠାନ; ଉପରେ ଆଧାରିତ ଆମର ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି। ଆମ ସରକାରରେ କେହି ଜଣେ ବି ଯେମିତି ନ୍ୟାୟରୁ ବଞ୍ଚିତ ନ ହେବେ, ସେଥିପାଇଁ ଆମେ ସବୁପ୍ରକାର ପ୍ରୟାସ କରୁଛୁ। ଏହି କ୍ରମରେ, ଆଜି ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ୧୬ତମ ଜନ ଶୁଣାଣି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ଭାଇ-ଭଉଣୀଙ୍କ ଅଭିଯୋଗ ଶୁଣିବା ସହ ତାହାର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛି।

ଏହି ଜନ ଶୁଣାଣି କାର୍ଯ୍ୟକ୍ରମ କେବଳ ଅଭିଯୋଗ ଗ୍ରହଣ ନୁହେଁ, ବରଂ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଓ ପାରଦର୍ଶିତା ଉପରେ ପର୍ଯ୍ୟବେସିତ। “ଆପଣଙ୍କ ଭରସା ହିଁ ଆମର ପ୍ରେରଣା” – ଏହି ମନ୍ତ୍ରକୁ ପାଥେୟ କରି ଏକ ସମୃଦ୍ଧ, ଶକ୍ତିଶାଳୀ ଏବଂ ବିକଶିତ ଓଡ଼ିଶା ଗଠନ ଦିଗରେ ସରକାରଙ୍କ ପ୍ରତ୍ୟେକଟି ପଦକ୍ଷେପ ଆଜି ସାଧାରଣ ଲୋକଙ୍କ ସେବାରେ ସମର୍ପିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।