BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସୁର ସମ୍ରାଜ୍ଞୀ ଭାରତ ରତ୍ନ ଲତା ମଙ୍ଗେସକରଙ୍କ ପରଲୋକ

ଭୁବନେଶ୍ୱର,୬।୨: ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିଲେ। ଇତିମଧ୍ୟରେ ସେ କୋଭିଡ୍‌ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଚିକିତ୍ସା କରୁଥିବା ଡାକ୍ତରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ସୁର ସମ୍ରାଜ୍ଞୀ ଲତା ହିନ୍ଦୀ, ମରାଠୀ, ବଙ୍ଗଳା ଏବଂ ବହୁ ଆଞ୍ଚଳିକ ଭାଷାରେ ଗୀତ ଗାଇଛନ୍ତି। ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ବିଭୂଷଣ ଏବଂ ଦାଦାସାହେବ ଫାଲ୍‌କେ ପୁରସ୍କାର ସହିତ ଅନେକ ଜାତୀୟ ତଥା ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ୨୦୦୪ରେ ବଲିଉଡ୍‌ ରିଲିଜ୍‌ ଭିର୍‌-ଜରା ଲତାଙ୍କ ଶେଷ ଆଲ୍‌ବମ୍‌। ’ନାଇଟେଙ୍ଗଲ ଅଫ୍‌ ଇଣ୍ଡିଆ’ ଭାବରେ ଜଣାଶୁଣା ଲତା ୧୯୪୨ରେ ପିତା ପଣ୍ଡିତ ଦୀନାନାଥ ମଙ୍ଗେସ୍‌କରଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ ସହାୟତା କରିବା ପାଇଁ ଗୀତ ଗାଇବା ଆରମ୍ଭ କରିଥିଲେ। ସେ ଜଣେ ଶାସ୍ତ୍ରୀୟ ଗାୟିକ ତଥା ଥିଏଟର ଅଭିନେତ୍ରୀ ଥିଲେ। ୧୯୪୮ରେ ବଲିଉଡ୍‌ରେ ଲତାଙ୍କ ପ୍ରଥମ ଗୀତ ହେଉଛି ଚଳଚ୍ଚିତ୍ର ମଜବୁରର ‘ଦିଲ୍‌ ମେରା ତୋଡା’। ହେଲେ ୧୯୪୯ରେ ମହଲ୍‌ ଚଳଚ୍ଚିତ୍ରର ‘ଆୟେଗା ଆନେୱାଲା’ ତାଙ୍କର ପ୍ରଥମ ପ୍ରମୁଖ ଗୀତ ହିଟ୍‌ ହୋଇଥିଲା।