BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ

ଭୁବନେଶ୍ବର : ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ଆପୋଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।
ସୂଚନାଯୋଗ୍ୟ, ରବିବାର ବ୍ରଜରାଜନଗରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରକୁ ପୋଲିସ ଏଏସଆଇ ଗୋପାଳ ଦାସ ୨ ରାଉଣ୍ଡ ଗୁଳିମାଡ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ସେ ଗାଡିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳିମାଡ ହୋଇଥିଲା। ମନ୍ତ୍ରୀଙ୍କର ଛାତିରେ ଗୁଳି ବାଜିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ସେଥିପାଇଁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଇଥିଲା। ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ତଥାପି ଡାକ୍ତରଙ୍କ ସମସ୍ତ ଚେଷ୍ଟା ସ୍ବାସ୍ଥ୍ୟମନ୍ତ୍ରୀ ଆଖି ବୁଜିଛନ୍ତି।