BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର : ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା, ଲୋକ ସଭା, ଓଡ଼ିଶାର ସମସ୍ତ ବିଧାୟକ ଓ ଏମ୍‌ପିଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଝାରସୁଗୁଡ଼ା ଜିଲାର ଝାରସୁଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ନବ କିଶୋର ଦାସଙ୍କ ଦୁଃଖଦ ମୃତ୍ୟୁ ସମ୍ପର୍କରେ ବାଚସ୍ପତି ଘୋଷଣା କରିଛନ୍ତି। ନବ ୨୦୨୩ ଜାନୁୟାରୀ ୨୯ ତାରିଖ ରବିବାର ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁ ପାଇଁ ବିଧାନସଭାରେ ଗୋଟିଏ ଆସନ ଖାଲି ପଡ଼ିଛି। ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ଦସ୍ତଖତରେ ଜାରି ବିଜ୍ଞପ୍ତିରେ ନିର୍ବାଚନ କମିଶନଙ୍କ ସମେତ ରାଜ୍ୟ ସଭା ଓ ଲୋକ ସଭା ସଚିବାଳୟ, ଓଡ଼ିଶାର ସମସ୍ତ ବିଧାୟକ ଓ ଏମ୍‌ପି, କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ଓ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ସହ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନବଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଛି।