BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ ନବକୃଷ୍ଣ ଚୌଧୁରୀ

ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର: ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ। ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା। ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ। ସେତେବେଳେ ଓଡ଼ିଶାର ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା।
ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶ ଦେଶସେବକ ଓ ନିଷ୍ଠାପର କର୍ମୀ ତଥା ଓଡ଼ିଶାର ଦଳିତ, ଅବହେଳିତ, ନିଷ୍ପେସିତଙ୍କ ପ୍ରକୃତ ବନ୍ଧୁ ଏବଂ ଜଣେ ବିପ୍ଳବୀ ଜନନାୟକ। ଦୀନହୀନ ଅବସ୍ଥାରେ କାଳାତିପାତ କରୁଥିବା ଚାଷୀମୂଲିଆଙ୍କ ସେବା କରି ନିଜକୁ ଧନ୍ୟ ମନେ କରୁଥିଲେ। କ୍ଷମତା ନବକୃଷ୍ଣ ଚୌଧୁରୀଙ୍କ ପରି ବ୍ୟକ୍ତିତ୍ୱଙ୍କୁ କରାୟତ କରିପାରିନଥିଲା ଓ ଦୁର୍ନୀତି ତାଙ୍କୁ ସ୍ପର୍ଶ କରିପାରି ନଥିଲା।
ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୪୧ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ବାବୁ ସିଂ, ଅଗସ୍ତି ବେହେରା, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଉତ୍କଳ ସମ୍ମିଳନୀର ବରିଷ୍ଠ ସଦସ୍ୟ ଓ ବିଧାନସଭା ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ, ଯୁଗ୍ମ ସଚିବ ସତୀଶ ମିଶ୍ର ବିଧାନସଭା ପରିସରରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ।