BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନାଟକ “ନିଶଦ୍ଧ ନିଳାଚଳ” ମଞ୍ଚସ୍ଥ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେଉଥିବା ନାଟକ କାର୍ଯ୍ୟକ୍ରମରେ ଆଜି ନାଟକ “ନିଶଦ୍ଧ ନିଳାଚଳ” ମଞ୍ଚସ୍ଥ ହୋଇଥିଲା। ଆଜିର ନାଟକ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୀବନୀ ଉପରେ ଆଧାରିତ ହୋଇଥିଲା। ଶ୍ରୀ କୈଳାସ ପାଣିଗ୍ରାହୀ ନାଟକର ନିର୍ଦ୍ଦେଶନା ଦେଇଥିଲେ।

ସେହପରି ଭାବେ ଭଞ୍ଜକଳା ମଣ୍ଡପରେ ଆଜି ଓଡ଼ିଶୀ ସଙ୍ଗୀତ ସନ୍ଧ୍ୟା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶିଷ୍ଟ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଶ୍ୟାମାମଣି ଦେବୀ ସଙ୍ଗୀତ ପରିବେଷଣ କରିଥିଲେ। ଜୟଦେବ ଭବନ ଠାରେ ଆୟୋଜିତ ହେଉଥିବା ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମରେ ଆଜି ଚଳଚ୍ଚିତ୍ର “ସଂସ୍କାର” ପ୍ରଦର୍ଶିତ ହୋଇଥିଲା। ପାର୍ବତୀ ଘୋଷଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି କ୍ଲାସିକ ଓଡ଼ିଆ ସିନେମାକୁ ଦର୍ଶକମାନେ ବେଶ୍ ଉପଭୋଗ କରିଥିଲେ।

ପ୍ରକାଶଯୋଗ୍ୟ ଯେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଏହି ସମସ୍ତ କାର୍ଯ୍ୟକ୍ରମ ଆସନ୍ତା ଜୁନ୍‌ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।