BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣ ଠାରୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ

ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ ଘଟଣାରେ ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ହସ୍ତକ୍ଷେପ

ଭୁବନେଶ୍ୱର : ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ଖବର ଆଧାରରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ରେ ଘଟିଥିବା ଘଟଣାରେ ହସ୍ତକ୍ଷେପ କରିଛନ୍ତି। ରାଉରକେଲା ଇସ୍ପାତ କାରଖାନା ଦ୍ୱାରା ଦୁମେରତା ପର୍ଯ୍ୟନ୍ତ ପ୍ରସ୍ତାବିତ ରେଳ ଲାଇନ ନିର୍ମାଣକୁ ବିରୋଧ କରି ସ୍ଥାନୀୟ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ଏହି ସମୟରେ ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା। ଏହି ଘଟଣାରେ ଜଣେ ଆଦିବାସୀ ଗ୍ରାମବାସୀ ଜେସିବି ମେସିନ ତଳେ ଚାପି ହୋଇ ପ୍ରାଣ ହରାଇଥିବା ଅଭିଯୋଗ ହୋଇଥିଲା। ଆୟୋଗ ଏହି ଘଟଣା ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣର ଅଧିକାରୀଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି । ଘଟଣାରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ତଥ୍ୟାତ୍ମକ ବିବରଣୀ ଏବଂ ରିପୋର୍ଟ ଦାଖଲ କରିବାକୁ ଆୟୋଗ କରିଛନ୍ତି । ଖୁବଶୀଘ୍ର ଆୟୋଗର ଏକ ଦଳ ଘଟଣାସ୍ଥଳ ପରିଦର୍ଶନ କରିବ।