BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଆ ଭାଷା ଓ ସାହିତ୍ୟକୁ ବଞ୍ଚାଇ ରଖିବା ଏବଂ ଏହାର ପ୍ରଚାର ଓ ପ୍ରସାର କରିବାରେ ଏକ ନିର୍ଣ୍ଣାୟକ ଭୂମିକା ନିର୍ବାହ କରିଥିଲେ ବ୍ୟାସକବି

ବ୍ୟାସକବି ଫକୀରମୋହନ ଜାତୀୟ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଫକୀର ମୋହନ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ବ୍ୟାସକବି ଫକୀରମୋହନ ସେନାପତିଙ୍କୁ ନେଇ ଏକ ଦିବସୀୟ ଜାତୀୟ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି।ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମଭୂଷଣ ଡ଼. ପ୍ରତିଭା ରାୟ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ନିଜର ଅଭିଭାଷଣରେ ଡ଼. ପ୍ରତିଭା ରାୟ ବ୍ୟାସକବି ଫକୀରମୋହନଙ୍କ ସାରସ୍ୱତ ସାହିତ୍ୟ କୃତି ସମ୍ବନ୍ଧରେ ଆଲୋକପାତ କରିବା ସହ ଓଡ଼ିଆ ଭାଷା ଓ ସାହିତ୍ୟକୁ ବଞ୍ଚାଇ ରଖିବା ଏବଂ ଏହାର ପ୍ରଚାର ଓ ପ୍ରସାର କରିବାରେ ବ୍ୟାସକବି ଏକ ନିର୍ଣ୍ଣାୟକ ଭୂମିକା ନିର୍ବାହ କରିଥିଲେ ବୋଲି ମତପ୍ରକାଶ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ “ଫକୀରମୋହନ ସେନାପତିଙ୍କ ସାହିତ୍ୟରେ ସାମାଜିକ ପ୍ରତିବଦ୍ଧତା”, “ଓଡ଼ିଆ ଆତ୍ମଜୀବନୀ ଇତିହାସରେ ଫକୀରମୋହନଙ୍କ ଆତ୍ମଚରିତ” ଶୀର୍ଷକକୁ ନେଇ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା। ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧକମାନେ ଆଜିର ଆଲୋଚନା ଚକ୍ରରେ ଭାଗନେଇ ବ୍ୟାସକବିଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ରଚିତ କବିତା, ଗଳ୍ପ ଓ ଉପନ୍ୟାସ ଆଦିର ବିଶ୍ଳେଷଣ କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।