BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ସହରାଞ୍ଚଳ ପୋଲିସର  ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍‍ଘାଟିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି। ଉଦ୍‍ଘାଟନୀ ଅବସରରେ ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ କହିଛନ୍ତି ଯେ,  ଏହି ନୂଆ ଭବନ ଲୋକମାନଙ୍କୁ ଉତ୍କୃଷ୍ଟ ସେବା ଦେବାରେ ସାହାଯ୍ୟ କରିବ । ଏଥିରେ ଭିନ୍ନକ୍ଷମ ଲୋକଙ୍କ ପାଇଁ ରାମ୍ପ, ସାଇବର ସେଲ, CCTNS ରୁମ୍‍, ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍‍, ଲିଗାଲ ସେଲ, ପାସର୍ପୋଟ ବିଭାଗ ଆଦି ସୁବିଧା ଉପଲବ୍‍ଧ କରାଯାଇଛି । ଏଥିସହିତ Conference Hall ଏବଂ ଟ୍ରେନିଂ ହଲ୍‍ର ସୁବିଧା ମଧ୍ୟ ରହିଛି। ଏହି ନୂଆ ଭବନଟି ପୋଲିସ ପ୍ରଶାସନକୁ ଦକ୍ଷତାର ସହ ଲୋକଙ୍କୁ ଠିକ୍‍ ସମୟରେ ସେବା ଯୋଗାଇ ଦେବାପାଇଁ  ଉପଯୋଗୀ ହେବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଗତ ମାର୍ଚ୍ଚ ମାସରେ ୪୨ କୋଟି ଟଙ୍କା ବ୍ୟୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିର୍ମିତ ୧୪ଟି ନୂତନ ଥାନା ଉଦ୍‍ଘାଟିତ ହୋଇଥିଲା।  ସେ କହିଥିଲେ ଆମ ପୋଲିସ ନିରପେକ୍ଷ ଭାବେ ବିନା ପକ୍ଷପାତିତା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଗତ ଏକ ବର୍ଷରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସନ୍ତୋଷ ଜନକ ରହିଛି ଏବଂ ଏଥିନେଇ କେନ୍ଦ୍ର ସରକାର ମଧ୍ୟ ସନ୍ତୋଷ ବ୍ୟକ୍ତ କରିଛନ୍ତି।

ରାଜ୍ୟରେ ପ୍ରତ୍ୟେକ ଥାନାରେ କାର୍ଯ୍ୟରତ ତଦନ୍ତକାରୀ ଅଫିସରମାନଙ୍କୁ ଅଧିକ କ୍ରିୟାଶୀଳ କରିବା ପାଇଁ ଅଧିକ ଦୁଇ ଚକିଆ ଯାନର ବ୍ୟବସ୍ଥା କରାଯାଇଛି । ଆଜି ଏହି କ୍ରମରେ ମୁଖ୍ୟମନ୍ତ୍ରୀ କମିଶନରେଟ ପୋଲିସ ଅନ୍ତର୍ଗତ ବିଭିନ୍ନ ଥାନାର ତଦନ୍ତକାରୀ ଅଫିସରମାନଙ୍କୁ ୪୨୫ ଟି ଦୁଇ ଚକିଆ ଯାନ ପ୍ରଦାନ କରିଥିଲେ । ସେ କହିଥିଲେ ଯେ, ଥାନାମାନଙ୍କୁ ଅଧିକ ଚାରି ଚକିଆ ଯାନ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଅପରାଧିକ ଆଇନ ଗୁଡ଼ିକର ତଦନ୍ତ ପ୍ରକ୍ରିୟାରେ ଟେକ୍ନୋଲୋଜିର ପ୍ରୟୋଗ ପାଇଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ଭୁବନେଶ୍ୱର ମଧ୍ୟ ବିଧାୟକ  ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ  ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାଦା ପ୍ରକାଶ ମିଶ୍ର, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହ, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଡିସିପି ଭୁବନେଶ୍ୱର ଜଗମୋହନ ମୀନା ଏବଂ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି ।