BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଜଳ ସଂପଦ ବିଭାଗର ଖର୍ଚ୍ଚ ସ୍ଥିତି ସମୀକ୍ଷା, କାର୍ଯ୍ୟ ସହିତ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ଗୁରୁତ୍ୱାରୋପ 

  • ନୂଆ କାର୍ଯ୍ୟର ବକେୟା ଥିବା ଟେଣ୍ଡର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଗୁରୁତ୍ୱ
  • ଓଡ଼ିଶା ପାଇଁ  ଜଳସେଚନ ମାଷ୍ଟର ପ୍ଲାନ୍ ପ୍ରସ୍ତୁତି ଅଗ୍ରଗତି ସମୀକ୍ଷା
  • ନୂଆ ଯୋଜନାର କାର୍ଯ୍ୟକାରିତା ସ୍ଥିତି ଅନୁଧ୍ୟାନ ସହ ପରାମର୍ଶ
ଭୁବନେଶ୍ୱର : ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜି ଜଳ ସମ୍ପଦ ବିଭାଗରେ  ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ବିଭାଗର ଖର୍ଚ୍ଚ ଯୋଜନା ଓ ସ୍ଥିତି ସମୀକ୍ଷା କରିଛନ୍ତି। ବିଭାଗରେ ହାତକୁ ନିଆଯାଇଥିବା ନୂଆ କାର୍ଯ୍ୟ ସବୁର  ଟେଣ୍ଡର ପ୍ରକ୍ରିୟା କେତେଦୂର ଅଗ୍ରଗତି ହୋଇଛି, ସେ ସଂପର୍କରେ  ଉନ୍ନୟନ କମିଶନରସମୀକ୍ଷା କରିବା ସହିତ ସେସବୁକୁ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।
ସେ ମଧ୍ୟ ରାଜ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ଜଳସେଚନ ମାଷ୍ଟର ପ୍ଲାନ୍ ର ଅଗ୍ରଗତି ସମ୍ପର୍କରେ ବିଶଦ୍ ଭାବେ ଆଲୋଚନା କରିଥିଲେ। ଉନ୍ନୟନ କମିଶନର ମଧ୍ୟ ବିଭାଗରେ ବିଭିନ୍ନ ନୂଆ ଯୋଜନାର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିବା ସହିତ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବିଭାଗର ବିଭିନ୍ନ ଶାଖା ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ବେଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀବୃନ୍ଦ,ବରିଷ୍ଠ ପଦାଧିକାରୀ,ମୁଖ୍ୟଯନ୍ତ୍ରୀ  ଓ ଅନ୍ୟ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।