BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାରି ରହିଛି ହିତାଧିକାରୀଙ୍କ ଆଧାର ଭିତ୍ତିକ ଇକେୱାଇସି ପ୍ରକ୍ରିୟା

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଦିଆଗଲା ସୂଚନା

ଭୁବନେଶ୍ବର: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପିଡ଼ିଏସ ହିତାଧିକାରୀଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଉଅଛି ଯେ, ହିତାଧିକାରୀଙ୍କ ଆଧାର ଭିତ୍ତିକ ଇକେୱାଇସି ପ୍ରକ୍ରିୟା ଜାରି ରହିଛି। ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି I

ଏତଦବ୍ୟତୀତ ଅଦ୍ୟାବଧି ଇକେୱାଇସି କରାଇ ନ ପାରିଥିବା ହିତାଧିକାରୀମାନଙ୍କୁ ପ୍ରତ୍ୟେକ ମାସର ପିଡ଼ିଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇକେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ I ଏହି ପ୍ରକ୍ରିୟା ଆସନ୍ତା ତା.୩୧.୧୨.୨୦୨୫ ପର୍ଯ୍ୟନ୍ତ ଚାଲୁରହିବ I

ଏପର୍ଯ୍ୟନ୍ତ କୌଣସି କାରଣରୁ ଇକେୱାଇସି କରାଇ ନ ପାରିଥିବା ହିତାଧିକାରୀ ମାନେ ତା.୩୧.୧୨.୨୦୨୫ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇକେୱାଇସି କରାଇ ପାରିବେ। ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।