BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କୌଣସି ନିପା ଭାଇରସର ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ । ରାଜ୍ୟ ସରକାର ସଂପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଛନ୍ତି-ସ୍ୱାସ୍ଥ୍ୟ ମନ୍ତ୍ରୀ

ନିପା ଭାଇରସ ସ୍ଥିତି ସମୀକ୍ଷା : ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ ନିପା ଭାଇରସ ସମ୍ପର୍କିତ ସ୍ଥିତି ଓ ପ୍ରତିରୋଧମୂଳକ ପ୍ରସ୍ତୁତିକୁ ନେଇ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସ୍ୱାସ୍ଥ୍ୟ ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ଵଥି ଏସ., ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର , ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡାକ୍ତର ପ୍ରଦୀପ କୁମାର ଗୁରୁ , ମେଡିକାଲ୍ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ କୁମାର ମିଶ୍ର ଉପସ୍ଥିତ ଥିଲେ।

ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ ମହାଲିଙ୍ଗ କହିଛନ୍ତି ଯେ ପଶ୍ଚିମବଙ୍ଗରେ ନିପା ଭାଇରସ କେସ ଚିହ୍ନଟ ହେଲା ପରେ ଓଡିଶାରେ ପ୍ରତିରୋଧମୂଳକ ବୈଠକ କରାଯାଇଛି । ବର୍ତ୍ତମାନ କୌଣସି ନିପା ଭାଇରସର ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ । ରାଜ୍ୟ ସରକାର ସଂପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଛନ୍ତି ଏବଂ ପରିସ୍ଥିତିକୁ ନିକଟରୁ ନିରୀକ୍ଷଣ କରାଯାଉଛି । ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ସାଧାରଣ ଜନତାଙ୍କୁ ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି ।

ସମସ୍ତ ସୀମାବର୍ତ୍ତୀ ଜିଲ୍ଲାକୁ ସତର୍କ ରହିବା, ସନ୍ଦେହଜନକ ମାମଲାର ତୁରନ୍ତ ସନ୍ଧାନ ଓ ରିପୋର୍ଟିଂ, ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ପିପିଇ କିଟ୍ ଓ ଚିକିତ୍ସା ସାଧନ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେଥିସହ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଗୁରୁତ୍ୱ ଦିଆଯାଇଛି। ବୈଠକରେ ରାଜ୍ୟର ବର୍ତ୍ତମାନ ସ୍ଥିତି, ସତର୍କତା ବ୍ୟବସ୍ଥା, ରୋଗ ନିରୀକ୍ଷଣ, ନମୁନା ପରୀକ୍ଷା, ଆଇସୋଲେସନ ଓ ଚିକିତ୍ସା ସୁବିଧା ସମ୍ପର୍କରେ ସମ୍ପୂର୍ଣ୍ଣ ଆଲୋଚନା କରାଯାଇଛି ।