BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଯବାନଙ୍କ ଆକ୍ରମଣରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରତ୍ୟୁଷ ଦିବାକର ଏହି ସୂଚନା ଦେଇଛନ୍ତି। ଘଟଣା ପରେ ଛତିଶଗଡ଼ ସୀମାନ୍ତରେ କୋମ୍ବିଂ ଅପରେଶନ ଜାରି ରହିଛି ବୋଲି ଏସ୍‌ପି କହିଛନ୍ତି।

ସୂଚନା ମୁତାବକ, ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରୁ ସିଆରପିଏଫ୍‌, ଏସ୍‌ଓଜି ଓ ଡିଭିଏଫ୍‌ ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ କରୁଥିଲେ। ଗୁରୁବାର ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ ଏସ୍‌ଓଜି ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନ ଏହାର ଯବାବ ଦେଇଥିଲେ। ଯବାନଙ୍କ ଗୁଳିକୁ ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଯବାନଙ୍କ ପକ୍ଷରୁ ଏକ କ୍ୟାମ୍ପ ଠାବ କରାଯାଇଛି। କ୍ୟାମ୍ପରୁ ମାଓବାଦୀଙ୍କ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି। ଖବରଦାତା ସମ୍ମିଳନୀରେ ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ରାଜେଶ ବାସ୍ତବ, ସେକେଣ୍ଡ କମାଣ୍ଡାଣ୍ଟ ଧୀରଜ କୁମାର ସିଂ, ଡେପୁଟି କମାଣ୍ଡାଣ୍ଟ ଦନାରାମ ୟାଦବ ଉପସ୍ଥିତ ଥିଲେ।