BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନୂଆପଡ଼ା ଉପ-ନିର୍ବାଚନ : ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା, ନିର୍ବାଚନ ଆୟୋଗ ନିର୍ଦ୍ଦେଶାବଳୀ ଅନୁସରଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର:  ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବହାଦୁର ଖୁରାନିଆ ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି।

ଡିଜିପି ଶ୍ରୀ ଖୁରାନିଆ ଏକ ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ । ନିର୍ବାଚନ ଆଚରଣ ବିଧିର କଡାକଡି ଅନୂପାଳନ ଏବଂ ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତର ନିର୍ବାଚନ ଆୟୋଗ (ECI) ର ନିର୍ଦ୍ଦେଶାବଳୀକୁ ଅନୁସରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସେ ଆହୁରି ମଧ୍ୟ ଦଫା ୧୧୦/୧୦୭ Cr.P.C. ଅନୁଯାୟୀ ସନ୍ଦିଗ୍ଧ ବ୍ୟକ୍ତିବିଶେଷଙ୍କୁ ଗିରଫ କରିବା, ବେଆଇନ ଟଙ୍କା କାରବାରକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଓ ବେଆଇନ ମଦ ଜବତ କରିବା ଏବଂ ପଡ଼ି ରହିଥିବା ୱାରେଣ୍ଟ (NBWs) କୁ ସଂପୃକ୍ତ ବ୍ୟକ୍ତି ବିଶେଷଙ୍କ ଉପରେ ତାମିଲ କରିବା ସମେତ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗୁଡ଼ିକୁ ତୀବ୍ର କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ଅତିରିକ୍ତ ଡିଜିପି (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର ମୋବାଇଲ୍ ପେଟ୍ରୋଲିଙ୍ଗ ଏବଂ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ର କାର୍ଯ୍ୟକୁ ବଢ଼ାଇବା ଏବଂ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରବେଶ ପଥରେ ନାକା ପୋଷ୍ଟ ସ୍ଥାପନ କରି ସନ୍ଦିଗ୍ଧ ବ୍ୟକ୍ତି ବିଶେଷ ଓ ଗଦି ମାନଙ୍କର ପୁଙ୍ଖାନୁପୁଙ୍ଖ ଯାଞ୍ଚ ଉପରେ ଗୁରୁତ୍ୱ ଦେଇଥିଲେ।

ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକଆର.ପି. କୋଚେ ଉପ-ନିର୍ବାଚନ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଗୁଇନ୍ଦା ତଥ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ଡିଆଇଜିପି ଓ ଏସପିଙ୍କୁ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବାକୁ ପରାମର୍ଶ ଦେଇଥିଲେ।

ଉପନିର୍ବାଚନ ସମୟରେ ସମ୍ଭାବ୍ୟ ମାଓବାଦୀ କାର୍ଯ୍ୟକଳାପକୁ ଏଡାଇବାକୁ ଏଡିଜିପି (ଏ ଏନ ଓ) ସଂଜୀବ ପଣ୍ଡା ଜିଲ୍ଲାର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ କୁମ୍ବିଂ ଅପରେସନ ଓ ମାଓବାଦୀ ବିରୋଧୀ ଅଭିଯାନ କୁ ଜୋରଦାର କରାଯିବ ବୋଲି ମତବ୍ୟକ୍ତ କରିଥିଲେ । ଏଥି ନିମନ୍ତେ ସମସ୍ତ ପ୍ରକାର ଯୋଜନାକୁ ଚୁଡାନ୍ତ ରୂପ ଦିଆ ଯାଇଛି ବୋଲି ଜଣାଇଥିଲେ ।

ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ୧୪ କମ୍ପାନୀ CAPF (କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବଳ), ୫ ପ୍ଲାଟୁନ୍ ରାଜ୍ୟ OSAP/APR (ଓଡିଶା ସ୍ୱତନ୍ତ୍ର ସଶସ୍ତ୍ର ପୋଲିସ/ ଅତିରିକ୍ତ ପୋଲିସ ରିଜର୍ଭ), ୩୫ ଟି ମୋବାଇଲ୍ ପାଟ୍ରୋଲିଂ ପାର୍ଟି, ୧୮ ଟି ଫ୍ଲାଇଙ୍ଗ୍ ସ୍କ୍ୱାଡ୍, ୧୮ ଟି SST (ଷ୍ଟାଟିକ ସର୍ଭେଲାନ୍ସ ଟିମ୍) ସହିତ ଜିଲ୍ଲା ପୋଲିସ୍ ଅଧିକାରୀ/ କର୍ମଚାରୀଙ୍କୁ ନିୟୋଜିତ କରାଯିବ।

ରେଞ୍ଜ ଡିଆଇଜି କେ. ବି. ସିଂହ ପୋଲିସ୍ ପକ୍ଷରୁ ଚୋରା ମଦ ଉପରେ ଚଢାଉ, ନିଶା ଦ୍ରବ୍ୟ ଚୋରା କାରବାର ରୋକିବାକୁ ସ୍ୱତନ୍ତ୍ର ରଣନୀତି, ପେଣ୍ଡିଂ ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି ବୋଲି ଆରକ୍ଷୀ ମହା ନିର୍ଦ୍ଦେଶକଙ୍କୁ ଅବଗତ କରିଥିଲେ । ଏହା ଛଡ଼ା EVM ଗୁଡିକର ସୁରକ୍ଷା ନିଶ୍ଚିତ କରିବା ପାଇଁ CCTV କଭରେଜ୍ ସହିତ ଷ୍ଟ୍ରଙ୍ଗ୍ ରୁମ୍ ରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ECI ନିର୍ଦ୍ଦେଶାବଳୀର କଡାକଡି ପ୍ରୟୋଗ ସହିତ ନିର୍ବାଚନ ପରିଚାଳନା କରାଯିବ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ନୂଆପଡ଼ା ଜିଲ୍ଲାକୁ ରାଜ୍ୟ ପୋଲିସ ସଦର ମହକୁମା ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ ।

ଏହି ବୈଠକରେ ଡିଜିପି (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ନିର୍ଦେଶକ (ଗୁଇନ୍ଦା) ଆର.ପି. କୋଚେ
ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ନକ୍ସଲ ବିରୋଧୀ ଅପରେସନ) ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ମୁଖ୍ୟାଳୟ) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଏସଏପି)ରାଜେଶ କୁମାର, ଆଇଜିପି (ଏସଏପି) ଏସ.କେ. ଗଜଭିଏ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।