BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନୂଆପଡା ଉପନିର୍ବାଚନ : ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦିତା

ନୂଆପଡା ବିଧାନସଭା ଉପନିର୍ବାଚନର  ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି

ଭୁବନେଶ୍ବର : ୭୧-ନୂଆପଡା ବିଧାନସଭା ଉପନିର୍ବାଚନ ନେଇ ଆଜି ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏବଂ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଦିବା ୧୧ ଘଟିକାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା। ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି। ଅତଏବ, ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସମେତ ୮ ଜଣ ସ୍ୱାଧୀନ ପ୍ରାର୍ଥୀ ଆଶ୍ରୟ ମହାନ୍ଦନ, ଇ.ଚକ୍ରାନ୍ତ ଜେନା, ଭୁବନ ଲାଲ ସାହୁ, କିଶୋର କୁମାର ବାଗ, ନୀତା ବାଗ, ଲକ୍ଷ୍ମୀକାନ୍ତ ତାଣ୍ଡି, ଭକ୍ତବନ୍ଧୁ ଧରୁଆ ଓ ଲୋଚନ ମାଝୀ ପ୍ରମୁଖ ଏହି ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ।

ସୂଚନାଯୋଗ୍ୟ ଯେ, ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଥିଲା । ନାକଚ କରାଯାଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ ପାର୍ଟିର ପ୍ରାର୍ଥୀ ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ପ୍ରାର୍ଥୀ ସୀତାରାମ ବେହେରା ଏବଂ ତିନି ସ୍ୱାଧୀନ ପ୍ରାର୍ଥୀ – କମଳ କୁମାର ଛତ୍ରିଆ, ପୁରୁଷୋତ୍ତମ ବେହେରା ଏବଂ ଭୁଜବଳ ଆଡବଙ୍ଗ ଅଟନ୍ତି। ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ପ୍ରକାଶ ଯାଇଛି।