BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(ଇଷ୍ଟେଟ୍‌) ସୁଶାନ୍ତ କୁମାର ଦାଶଙ୍କୁ ବୟନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଶ୍ୟାମଭକ୍ତ ମିଶ୍ରଙ୍କୁ ବୟନିକାର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ନିଯୁକ୍ତ କରାଯାଇଛି। ଏହାସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ରେଞ୍ଜ ଅଫିସର ସଂଗ୍ରାମ କୁମାର ରାୟସର୍ଦ୍ଦାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ଇଷ୍ଟେଟ୍‌) ଭାବେ ଅବସ୍ଥାପିତ ହୋଇଛନ୍ତି। ଅନ୍ୟପକ୍ଷରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗରର ବିଡିଓ ବେଦବର ପ୍ରଧାନଙ୍କୁ ଜୟପୁର ଉପଜିଲାପାଳ ଭାବେ ବଦଳି କରାଯାଇଛି।