BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି।

ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍କୁଲ ଓ ଗଣଶିକ୍ଷା ବିଭାଗର ୨ଜଣ ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍‌ ଅଫିସର ଧରମ ହାଁସଦା ଓ ବରିଷ୍ଠ ଓଏଏସ୍‌ ଅଫିସର ସମ୍ବିତ କୁମାର ନାୟକଙ୍କୁ ଯଥାକ୍ରମେ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ରୀତା ଡାଙ୍ଗଙ୍କୁ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଧିକାରୀ, କିଶନନଗର ତହସିଲଦାର ଇନ୍ଦିରା ସାହୁଙ୍କୁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର, ସମ୍ବଲପୁର ଡେପୁଟି କଲେକ୍ଟର ଜୟଶ୍ରୀ ପାଢ଼ୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର ଭାବେ ଦାୟିତ୍ୱ ମିଳିଛି। ସେହିପରି ଦେବଗଡ଼ ତହସିଲଦାର ପଲ୍ଲବୀ ନାୟକଙ୍କର କେନ୍ଦୁଝର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର ଭାବେ ବଦଳି ହୋଇଛନ୍ତି। ଏମାନଙ୍କ ବ୍ୟତୀତ ଆଶୁତୋଷ ସାମଲଙ୍କୁ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି।