BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଏକ ସମୀକ୍ଷା ବୈଠକ, ସିବିଏସଇ ପରୀକ୍ଷା ପରିଚାଳନାକୁ ନେଇ ଆଲୋଚନା

ଭୁବନେଶ୍ବର:  ଆଗାମୀ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ଼ ପରୀକ୍ଷାକୁ ଦୃଷ୍ଟିରେ ରଖି ଏକ ସମୀକ୍ଷା ତଥା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡ଼ା ଏନ୍.ତିରୁମାଲା ନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆଭାସୀ ମାଧ୍ୟମରେ ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷମାନେ ଅଂଶଗ୍ରହଣ କରିଥିଲେ।

ବୈଠକରେ ଡ଼ା ନାୟକ, ସିବିଏସଇ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପୂର୍ବ ବର୍ଷର ବାର୍ଷିକ ଫଳାଫଳର ସମୀକ୍ଷା କରିଛନ୍ତି ଏବଂ ଚଳିତ ଶିକ୍ଷାବର୍ଷରେ ଛାତ୍ରଛାତ୍ରୀଙ୍କ ଫଳାଫଳକୁ କିପରି ଉନ୍ନତ କରାଯାଇପାରିବ, ତା’ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ସମସ୍ତ ଅଧ୍ୟକ୍ଷମାନଙ୍କୁ ଉତ୍ତମ ପ୍ରଦର୍ଶନ ସୁନିଶ୍ଚିତ କରିବା ଏବଂ ସମସ୍ତ ବିଦ୍ୟାଳୟରେ ଶୈକ୍ଷିକ ଉତ୍କର୍ଷତା ବଜାୟ ରଖିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକକୁ ସମ୍ବୋଧିତ କରି ଡ଼ା ନାୟକ କହିଛନ୍ତି, ସିବିଏସଇ ବୋର୍ଡ ପରୀକ୍ଷା ଆମ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଆମେ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ପରୀକ୍ଷାଗୁଡ଼ିକୁ ନିରପେକ୍ଷ ଏବଂ ସ୍ୱଚ୍ଛ ଭାବରେ ପରିଚାଳନା କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ସେ ମତ ପ୍ରକାଶ କରିଛନ୍ତି । ଏଥିସହ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ସିବିଏସଇ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ କରିବା ଏବଂ ଉପଯୁକ୍ତ ଯାତାୟତ ବ୍ୟବସ୍ଥା, ପରୀକ୍ଷା କେନ୍ଦ୍ରର ସୁରକ୍ଷା ଏବଂ ଛାତ୍ର ସହାୟତା ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୫-୨୬ ଶିକ୍ଷାବର୍ଷରେ ୨୫୦ ଓଏଭିରୁ ପ୍ରାୟ ୧୭,୦୪୧ ଜଣ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୨୧୪ ଓଏଭିରୁ ୪,୭୪୭ ଜଣ ଛାତ୍ରଛାତ୍ରୀ ଦ୍ୱାଦଶ ଶ୍ରେଣୀ (ବିଜ୍ଞାନ) ପରୀକ୍ଷା ଦେବେ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ରାଜ୍ୟ ସାରା ୭୩ ଟି ଓଏଭିକୁ ପରୀକ୍ଷା କେନ୍ଦ୍ର ଭାବରେ ନିର୍ଣ୍ଣୟ କରିଛି।ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା ରାଉତ, ବିଭାଗର ଅତିରିକ୍ତ ଶାସନ ସଚିବ, ଓଏଭି ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।