BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବାତ୍ୟା ପାଇଁ ସରକାରଙ୍କ ଦୀର୍ଘ ମିଆଦୀ ଯୋଜନା।

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବିଶ୍ୱ ବ୍ୟାଙ୍କ ସହାୟତାରେ ସମୁଦ୍ର ଜୁଆର ପାଣି ରୋକିବାକୁ ସରକାର ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଜଳ ସମ୍ପଦ ବିଭାଗର ତତ୍ତ୍ୱାବଧାନରେ ପ୍ରସ୍ତୁତ ହେଉଛି ଡିପିଆର। ଅର୍ଥାତ୍‌ ସମୁଦ୍ର କୂଳରେ ନିର୍ମାଣ ହେବ ପଥର ବନ୍ଧ। ୧୯୪୪ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ କରୁଛି ଜଳ ସମ୍ପଦ ବିଭାଗ। ଏନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୩୮୦ କିମି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ପଥର ବନ୍ଧ ବନ୍ଧାଯିବ। ଏହା ଉପରେ ଜାଲ ପକାଯାଇ ପବନ ରୋକିବାକୁ ଗଛ ଲଗାଯିବ। ଏହା ପୂର୍ବରୁ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମରେ ବିଶ୍ୱବ୍ୟାଙ୍କ ସହାୟତାରେ ୨୦୧୩-୧୬ ମଧ୍ୟରେ ୫୨ କିଲୋମିଟର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ସୁଦୃଢ଼ୀକରଣ କରାଯାଇଥିଲା।

ବାତ୍ୟା ପରେ ବି ଏହି ପଥର ବନ୍ଧ ସୁରକ୍ଷିତ ରହିଛି। ଏଥିପାଇଁ ୧୫୩ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ଏହା ପରେ ୧୬୮୦ କିମି ଲୁଣାବନ୍ଧକୁ ସୁଦୃଢ଼କରଣ କରାଯିବ। ଏଥିପାଇଁ ୬ରୁ ୭ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।