BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର : ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁୟାରୀ ପହିଲାରୁ ଲାଗୁ ହେବ।

ପେନ୍‌ସନ୍‌ଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। କର୍ମଚାରୀ ଓ ପେନ୍‌ସନ୍‌ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁୟାରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ଦିଆଯିବ। ଫଳରେ ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।