BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ ୨୪ ଘଣ୍ଟିଆ ସୁରକ୍ଷା ସହ ସିସିଟିଭି ବ୍ୟବସ୍ଥା

ଭୁବନେଶ୍ୱର : ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ନିର୍ବାଚନରେ ବ୍ୟବହାର ହେବାକୁ ଥିବା ଇଭିଏମ ଖୋର୍ଦ୍ଧାସ୍ଥିତ ପଣ୍ୟଗାରରୁ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟସ୍ଥିତ ଷ୍ଟ୍ରଙ୍ଗରୁମରେ ପହଁଚିଛି । ଏହି ଇଭିଏମ ଗୁଡିକୁ କଡା ସୁରକ୍ଷା ମଧ୍ୟରେ ଏଠାକୁ ଅଣାଯାଇଛି । ଏହାକୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯିବା ସହ ସଶସ୍ତ୍ର ପୋଲିସ କର୍ମଚାରୀ ଷ୍ଟ୍ରଙ୍ଗରୁମ ସୁରକ୍ଷାରେ ମୃତୟନ ହୋଇଛନ୍ତି । ଏଥିସହ ସିସିଟିଭିର ମଧ୍ୟ ବ୍ୟବସ୍ଥା କରାଯାଇଛି । ପ୍ରଥମ ପର୍ଯ୍ୟାୟ ରାଣ୍ଡାମାଇଜେସନ ପରେ ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର ଏକାମ୍ର ଏବଂ ଜଟଣୀ ନିର୍ବାଚନ ମଣ୍ଡଳୀ ପାଇଁ ଇଭିଏମ ଗୁଡିକୁ ଏଠାକୁ ଅଣାଯାଇଥିବା ନେଇ ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରେ ଷଷ୍ଠ ପର୍ଯ୍ୟାୟ ଅର୍ଥାତ ମେ ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ମୋଟ ୧୯୦୭ଟି ବୁଥ ଥିବାବେଳେ ୧୧୧- ଜୟଦେବ, ୧୧୨- ଭୁବନେଶ୍ୱର ମଧ୍ୟ, ୧୧୩- ଭୁବନେଶ୍ୱର ଉତ୍ତର, ୧୧୪- ଭୁବନେଶ୍ୱର ଏକାମ୍ର, ୧୧୫- ଜଟଣୀ ନିର୍ବାଚନ ମଣ୍ଡଳୀ ପାଇଁ ୧୧୬୬ ଟି ମତଦାନ କେନ୍ଦ୍ର ରହିଛି । ଏହି ୧୧୬୬ଟି ମତଦାନ କେନ୍ଦ୍ର ମଧ୍ୟରୁ ସହରାଞ୍ଚଳରେ ୬୫୮ଟି ଏବଂ ଗ୍ରାମାଞ୍ଚଳରେ ୫୦୮ଟି ବୁଥ ରହିଛି । ଇଭିଏମ ଓ ଭିଭିପ୍ୟାଟ କଡା ସୁରକ୍ଷା ମଧ୍ୟରେ ରଖାଇଯାଇଛି । ୫ଟି ଫ୍ଲୋରରେ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ ପାଇଁ ଦୁଇଟି ଲେଖାଏଁ ଷ୍ଟ୍ରଙ୍ଗ ରୁମ ବ୍ୟବସ୍ଥା ହୋଇଛି । ଗୋଟିଏ ଲୋକସଭା ଓ ଅନ୍ୟଟି ବିଧାନସଭା କ୍ଷେତ୍ର ପାଇଁ ଷ୍ଟ୍ରଙ୍ଗରୁମ ରହିଛି । ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନେ ମଧ୍ୟ ଏହି ଷ୍ଟ୍ରଙ୍ଗରୁମ ନିକଟରେ ୨୪ ଘଣ୍ଟିଆ ଉପସ୍ଥିତ ରହିବା ନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି ।

ଆଜିଠାରୁ ଭୋଟ ଗଣତି ଯାଏ ସବୁ ଦିନର ଭିଡିଓ ରେକର୍ଡିଂ କରାଯିବ । ଯାହାକି ଆସନ୍ତା ୩ରୁ ୪ ମାସ ପର୍ଯ୍ୟନ୍ତ ଏହି ରେକଡିଂ ରହିବ । ଷ୍ଟ୍ରଙ୍ଗ ରୁମ ଗୁଡିକୁ ଡବଲ ଲକ କରାଯିବ । ଆବଶ୍ୟକତା ଅନୁଯାୟୀ ଅତିରିକ୍ତ ଇଭିଏମ ଏବଂ ଭିଭିପ୍ୟାଟ ମେସିନ ମହଜୁଦ ଥିବାର ଜିଲ୍ଲାପାଳ କହିଛନ୍ତି ।