BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡିଶା ପୁଲିସର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬ ହଜାର ପୋଲିସ ଓ ୧୨୬ କଂପାନୀ କେନ୍ଦ୍ରୀୟ ଫୋର୍ସ,୮୬ ପ୍ଲାଟୁନ ଆର୍ମ ପୋଲିସ ଫୋର୍ସ ସହ ୨୦ ହଜାର ୫ଶହ ସିଭିଲ ପୋଲିସ ଫୋର୍ସ ମୁତୟନ ହେବା ନେଇ ଆଜି ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ ।
ବୁଥ୍ ତଦାରଖ ପାଇଁ ମୋଟ ୮୪୩ଟି ମୋବାଇଲ ପାଟ୍ରୋଲିଂ ପାର୍ଟି ମୁତୟନ ହୋଇଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମ୍ କୁ ମନିଟର କରିବ ପାଟ୍ରୋଲିଂ ପାର୍ଟି । ସମ୍ବେଦନଶୀଳ ସ୍ଥାନରେ କାମ କରିବ କୁଇକ ଆକ୍ସନ ଟିମ୍ । ତେବେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲା ଝାଡଖଣ୍ଡ ଓ ପଶ୍ଚିମବଙ୍ଗର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ୨୧ଟି ଚେକ୍ ପୋଷ୍ଟ କରାଯାଇ ଚେକିଂ କରାଯାଇଛି । ସୀମାବର୍ତ୍ତି ଚେକ୍ ପୋଷ୍ଟରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି ।ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ୨୫୫ଟି ଫ୍ଲାଇଁ ସ୍କ୍ୱାର୍ଡ ବୁଲୁଛି । ଏହା ବ୍ୟତୀତ ୨୫୫ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ୍ ପରିଭ୍ରମଣ କରୁଛି । ଏହି ୧୩ଟି ସ୍ଥାନରେ ଇଭିଏମ୍ ଷ୍ଟ୍ରଙ୍ଗ ରୁମ ରହିଛି । ସେଠାରେ ମଧ୍ୟ ଇନର କର୍ଡନ ଦାୟିତ୍ୱରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ । ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ । ଜାନୁଆରୀ ପ୍ରଥମ ସପ୍ତାହରୁ ଏପର୍ଯ୍ୟନ୍ତ ୫୫୫ଟି ଆଣ୍ଟି ନକ୍ସଲ ଅପରେସନ ହୋଇଛି ।
ନିର୍ବାଚନ ହେବାକୁ ଥିବା ଜିଲ୍ଲାରେ ୩୬ଟି ନିର୍ବାଚନୀ ହିଂସା ମାମଲାରେ ୪୯ ଜଣ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଜାନୁଆରୀ ମାସ ପ୍ରଥମ ସପ୍ତାହରୁ ବର୍ତ୍ତମାନ ସୁଦ୍ଧା ୩୪ ହଜାର ୬୦୨ ୱାରେଣ୍ଟ ଇସ୍ୟୁ ହୋଇଛି । ୧ ହଜାରରୁ ଅଧିକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।
ଅନ୍ୟପଟେ ୧୧ ଜଣଙ୍କୁ ଏନଏସଏ ରେ ବୁକ୍ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି । ୨୬ ହଜାର ରୁ ଅଧିକ ଏନଡିପିଏସ୍ କେସ ହୋଇଛି । ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର ଜବତ କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ଡିଜିପି ।