BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୭୩ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ୍ ଯାଞ୍ଚ : ୬ ଅଭିଯୁକ୍ତ ଗିରଫ, ୫୧ ଜଣଙ୍କୁ ନୋଟିସ୍ ଜାରି

ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’ ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

କଟକ : ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଜାରି ରହିଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ ବ୍ୟବହାର ହେଉଥିବା ‘ବେନାମୀ ବ୍ୟାଙ୍କ ଆକାଉଣ୍ଟ’ (Mule Accounts) ଏବଂ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ବ୍ୟାପକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଜି ସମଗ୍ର ରାଜ୍ୟରେ ମୋଟ ୭୩ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ୍ ଯାଞ୍ଚ କରାଯାଇଛି। ପୋଲିସ ୩ଟି ନୂତନ ସାଇବର ମାମଲା ରୁଜୁ କରିବା ସହ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ବ୍ୟତୀତ ସନ୍ଦିଗ୍ଧ ଆକାଉଣ୍ଟଧାରୀ ଓ ସାଇବର ଅପରାଧରେ ସହାୟତା କରୁଥିବା ୫୧ ଜଣ ବ୍ୟକ୍ତିଙ୍କୁ ଆଇନଗତ ନୋଟିସ୍ ଜାରି କରାଯାଇଛି।

ଏହି ଅଭିଯାନରେ ବୌଦ୍ଧ ଜିଲ୍ଲାରେ ୪୫ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯିବା ସହ ୧ଟି ନୂତନ ମାମଲା ରୁଜୁ କରାଯାଇଛି ଏବଂ ୪୫ ଜଣଙ୍କୁ ନୋଟିସ୍ ଜାରି କରାଯାଇଛି। ସେହିପରି ମାଲକାନଗିରି ଜିଲ୍ଲାରେ ୨୦ଟି ମବେନାମୀ ଆକାଉଣ୍ଟ୍ ଯାଞ୍ଚ କରାଯାଇ ୧ଟି ନୂତନ ମାମଲା ରୁଜୁ ହୋଇଛି। ସୁନ୍ଦରଗଡ଼ ଜିଲ୍ଲାରେ ୨ଟି ବେନାମୀ ଆକାଉଣ୍ଟ୍ ଯାଞ୍ଚ କରାଯାଇଛି। ପୂର୍ବରୁ ରୁଜୁ ହୋଇଥିବା ମାମଲା ସହ ୨ଟି ଲିଙ୍କ୍ ମିଳିବା ପରେ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।ସେହିପରି କଟକ (UPD) ରେ ୬ଟି ମ୍ୟୁଲ୍ ଆକାଉଣ୍ଟ୍ ଯାଞ୍ଚ ସହ ୧ଟି ନୂତନ ମାମଲା ରୁଜୁ କରାଯାଇ ୬ ଜଣଙ୍କୁ ନୋଟିସ୍ ଦିଆଯାଇଛି।

ଏହି ଅଭିଯାନରେ ଜିଲ୍ଲା ଏସ.ପି. ଏବଂ ଡି.ସି.ପି. ମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ସାଇବର ଟିମ୍ ସାମିଲ ହୋଇଥିଲେ। ସାଇବର ଅପରାଧୀଙ୍କ ଆର୍ଥିକ ଭିତ୍ତିଭୂମିକୁ ନଷ୍ଟ କରିବା ଏହି ‘ସାଇବର କବଚ’ ଅଭିଯାନର ମୁଖ୍ୟ ଲକ୍ଷ୍ୟ। ଜନସାଧାରଣଙ୍କ ଡିଜିଟାଲ୍ ସୁରକ୍ଷା ପାଇଁ ଓଡ଼ିଶା ପୋଲିସ ସର୍ବଦା ସଂକଳ୍ପ ବଦ୍ଧ।