BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭାରତରତ୍ନ ଅଟଳଜୀ ହେଉଛନ୍ତି ଆମ ସମସ୍ତଙ୍କ ପାଇଁ ଆଦର୍ଶ: ସଂସ୍କୃତି ମନ୍ତ୍ରୀ

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉତ୍ସବ ପାଳିତ

ବୌଦ୍ଧ / ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା ଟାଉନ୍‌ ହଲ୍‌ରେ ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉତ୍ସବ ପାଳନ କରାଯାଇଛି। ଆଜିର କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ପୂଜ୍ୟ ଅଟଳ ବିହାରୀ ବାଜପେୟୀଜୀଙ୍କର ଶ୍ରଦ୍ଧାଞ୍ଜଳି ଦିବସ। ମହାନ ଜନନାୟକ ଭାରତରତ୍ନ ଅଟଳଜୀଙ୍କୁ ମୁଁ ଭକ୍ତିପୂତ ପ୍ରମାଣ ଜଣାଉଛି। ଅଟଳଜୀଙ୍କ ସମ୍ପୂର୍ଣ୍ଣ ଜୀବନ ଭାରତ ଓ ଭାରତୀୟତା ପ୍ରତି ଉତ୍ସର୍ଗୀକୃତ ଥିଲା। ସେ ଆମ ସମସ୍ତଙ୍କ ପାଇଁ ଆଦର୍ଶ। ତାଙ୍କ ଜୀବନୀରୁ ପ୍ରେରିତ ହୋଇ ଆଜିର ଯୁବବର୍ଗ ସଶକ୍ତ ରାଷ୍ଟ୍ର ନିର୍ମାଣରେ ନିଜର ସକ୍ରିୟ ଯୋଗଦାନ ଦିଅନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଆଜିର କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଓଡ଼ିଶା ବିଧାନସଭା ମୁଖ୍ୟ ସଚେତକ ତଥା ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ଉପସ୍ଥିତ ଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ଡ଼. ଚନ୍ଦ୍ରଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।