BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଖେଳାଳିଙ୍କ କଠିନ ପରିଶ୍ରମ ଓ ସାଧନା ବିଶ୍ୱ ଦରବାରରେ ଓଡ଼ିଶାକୁ ଦେଇଛି ସ୍ୱତନ୍ତ୍ର ପରିଚୟ

ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍‌ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ

ଭୁବନେଶ୍ୱର : ଆନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବ ବୃଦ୍ଧି କରିଥିବା ରାଜ୍ୟର ଚାରିଜଣ ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି କ୍ରୀଡ଼ାବିତ୍‌ମାନଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ସରକାରଙ୍କ ପକ୍ଷରୁ ନଗଦ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ରାଜ୍ୟର ପ୍ରତିଭାକୁ ସ୍ୱୀକୃତି ଦେବା ଏବଂ ସେମାନଙ୍କ ମନୋବଳ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଖେଳାଳିମାନଙ୍କୁ ପୁରସ୍କୃତ କରାଯାଇଥିଲା।

ପୁରସ୍କୃତ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ୨୦୨୫ ଟୋକିଓ ଡେଫ୍‌ଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟିନୀ ଲୋମା ସ୍ୱାଇଁଙ୍କୁ ସର୍ବାଧିକ ୫,୦୦,୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ସେହିପରି ତୃତୀୟ ଏସୀୟ ଯୁବ କ୍ରୀଡ଼ାରେ କାଂସ୍ୟ ପଦକ ହାସଲ କରିଥିବା ସାର୍ଥକ ଆର୍ଯ୍ୟଙ୍କୁ ୨,୦୯,୦୦୦ ଟଙ୍କା, ୨୦୨୫ FIDE ବିଶ୍ୱ ମହିଳା ଟିମ୍ ଚେସ୍ ଚାମ୍ପିୟନସିପ୍‌ରେ କାଂସ୍ୟ ପଦକ ଜିତିଥିବା ଗ୍ରାଣ୍ଡମାଷ୍ଟର ପଦ୍ମିନୀ ରାଉତଙ୍କୁ ୨,୦୦,୦୦୦ ଟଙ୍କା ଏବଂ କମନୱେଲଥ୍ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସ୍ୱର୍ଣ୍ଣ ପଦକ ଜିତିଥିବା ବିଦୁସ୍ମିତା ଭୋଇଙ୍କୁ ୧,୩୩,୦୦୦ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, ଆମ ଖେଳାଳିଙ୍କ କଠିନ ପରିଶ୍ରମ ଓ ସାଧନା ଆଜି ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛି। ରାଜ୍ୟ ସରକାର ପ୍ରତିଟି ପ୍ରତିଭାକୁ ସଠିକ୍ ମଞ୍ଚ ଯୋଗାଇଦେବା ସହ ଓଡ଼ିଶାକୁ ଦେଶର ପ୍ରମୁଖ କ୍ରୀଡ଼ା କେନ୍ଦ୍ର ଭାବେ ଗଢ଼ିତୋଳିବା ପାଇଁ ସଂକଳ୍ପବଦ୍ଧ। ଖେଳାଳିମାନଙ୍କ ଏହି ବିଜୟ ଆଗାମୀ ପିଢ଼ିର ଯୁବ ପ୍ରତିଭାଙ୍କୁ ନିଶ୍ଚିତ ଭାବେ ଅନୁପ୍ରାଣିତ କରିବ। ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମିର ବିକାଶ ଓ କ୍ରୀଡ଼ାବିତ୍‌ମାନଙ୍କୁ ସମସ୍ତ ପ୍ରକାର ବିଶ୍ୱସ୍ତରୀୟ ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ସରକାରଙ୍କ ପ୍ରୟାସ ଜାରି ରହିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଦଭ, କ୍ରୀଡ଼ା ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ ଏବଂ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କି ପ୍ରମୁଖ ଉପସ୍ଥିତ ରହି ଖେଳାଳିମାନଙ୍କୁ ଶୁଭକାମନା ଜଣାଇଥିଲେ। ଏଥିସହ ବିଭାଗର ବହୁ ବରିଷ୍ଠ ପଦାଧିକାରୀ ମଧ୍ୟ ଏହି ଗୌରବମୟ ପୁରସ୍କାର ବିତରଣ ସମାରୋହରେ ଅଂଶଗ୍ରହଣ କରିଥିଲେ।