BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା ଟିକାର ଉଭୟ ଡୋଜ୍‌ ନେଇ ସାରିଛନ୍ତି। ବିଦେଶରୁ ଦିଲ୍ଲୀ ଫେରିଥିବା ୨୭ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ସେମାନଙ୍କ ନମୁନାର ଜିନୋମ୍‌ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା। ତେବେ ୨୫ ଜଣଙ୍କ ରିପୋର୍ଟ ଓମିକ୍ରନ୍‌ ନେଗେଟିଭ୍‌ ଆସିଛି।

ସମ୍ପ୍ରତି ଦେଶର ୩୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୧୭ ଜଣ, ରାଜସ୍ଥାନରେ ୯ ଜଣ, ଗୁୂଜରାଟରେ ୩, ଦିଲ୍ଲୀରେ ୨ ଜଣ ଏବଂ କର୍ନାଟକରେ ୨ ଜଣଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଦୁବାଇ ପଳାଇଛନ୍ତି।