BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭାରତରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ମୁମ୍ବଇ,୩୧/୧୨ : ଦେଶରେ କୋଭିଡ-୧୯ର ଓମିକ୍ରନ ପ୍ରକରଣରେ ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଏହା ଦେଶରେ ପ୍ରଥମ ଓମିକ୍ରନ ସଂକ୍ରମଣ ଜନିତ ମୃତ୍ୟୁ । ମହାରାଷ୍ଟ୍ରର ପିମ୍ପ୍ରି ଅଞ୍ଚଳର ୫୨ ବର୍ଷ ବୟସ୍କ ଏହି ବ୍ୟକ୍ତିଜଣକ ନାଇଜେରିଆରୁ ଫେରିଥିଲେ । ତାଙ୍କର ନମୁନା ପରୀକ୍ଷା କରାଯିବା ପରେ ସେ କୋଭିଡ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ପରେ ଜିନୋମ ସିକ୍ୱେନସିଂରୁ ସେ ଓମିକ୍ରନରେ ଆକ୍ରାନ୍ତ ଥିବା ସାମନାକୁ ଆସିଥିଲା । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା । ତେବେ ତାଙ୍କର ମୃତ୍ୟୁ ଘଟିଛି । ଅବଶ୍ୟ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତରଖାନା ସୂତ୍ରରୁ କୁହାଯାଇଛି ।