BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓପିଡିସିର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର, ୧୯ା୧(ଓଡ଼ିଆ ନ୍ୟୁଜ); ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ସୁବାଷ ଚନ୍ଦ୍ର ପାତ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏଭଳି ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ସେ କହିଥିଲେ ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ୍ୟଜୀବି ମାନଙ୍କ ପାଇଁ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ସଠିକ ଭାବରେ କ୍ରୀୟାଶୀଳ କରାଯିବ । ଓଡିଶାର ଯୁବ ଉଦ୍ୟୋଗୀ ମାଛ ଚାଷ କରି କିପରି ଆତ୍ମନିର୍ଭରଶୀଳ ହୋଇପାରିବେ ଓ ଓଡିଶା ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ କିଭଳି ଆଗକୁ ବଢିବ ସେ ଉପରେ ଧ୍ୟାନ ଦେବି ।

ଆଜି ନିଗମ କାର୍ଯ୍ୟାଳୟରେ ନିଗମର ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ, ପରିଚାଳକ ସୁବ୍ରତ ଦାସ, ସହ ପରିଚାଳକ ରତ୍ନ ମଞ୍ଜରୀ ସାହୁ ଓ ଅମର କୁମାର ସାହୁଙ୍କ ସହିତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଶ୍ରୀଯୁକ୍ତ ପାତ୍ର ନିଗମ କର୍ମଚାରୀ ମାନଙ୍କ ସହିତ ପରିଚିତ ହେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ଓ ନିଷ୍ଠାପର କାର୍ଯ୍ୟ ସମ୍ବଦ୍ଧରେ ଆଲୋଚନା କରିଥିଲେ । ଏଥି ସହିତ ୫ ଟି ନୀତି ଅନୁସରଣ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ନିଗମ କାର୍ଯ୍ୟାଳୟରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା,ମେୟର ସୁଲୋଚନା ଦାସ, ଓଡିଶା ମୋ ପରିବାରର ଅଧ୍ୟକ୍ଷ ଅରୁପ ପଟ୍ଟନାୟକ, ଖଦୀ ବୋର୍ଡର ଅଧ୍ୟକ୍ଷ ସଂଗ୍ରାମ କାଶରୀ ପାଇକରାୟ, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ମହାସୂପକାର, ରୁଦ୍ରନାରାୟଣ ସାମନ୍ତରାୟ, ବରିଷ୍ଠ ମୁରବୀ ଅନ୍ତର୍ଯ୍ୟାମୀ କୁଅଁର, ସମରେନ୍ଦ୍ର ସାହୁ, ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ କର୍ପୋରେଟର, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ, ସମସ୍ତ ସରପ, ସମିତି ସଭ୍ୟ ଓ ସାଂଗଠନିକ ପଦାଧିକାରୀ, ଯୁବ, ଛାତ୍ର, ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ପହଞ୍ଚି ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଥିଲେ ।