BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସପିଟାଲରେ ଭର୍ତ୍ତି

  • ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସାମାନ୍ୟ ଅସୁସ୍ଥ
  • ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି
  • ଡିହାଇଡ୍ରେସନ କାରଣରୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ନବୀନ
  • ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ଥିବା ସୂଚନା

ଭୁବନେଶ୍ବର: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ଡିହାଇଡ୍ରେସନ କାରଣରୁ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ସେ ରବିବାର ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଅସୁସ୍ଥ ହୋଇପଡ଼ିଥିବା ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ବରର ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ରବିବାର ସନ୍ଧ୍ୟା ୫ଟା ୧୫ରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ନବୀନ ପଟ୍ଟନାୟକଙ୍କର ଅସୁସ୍ଥତା ନେଇ ଡାକ୍ତରଖାନାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କୁ ମନ୍ତ୍ରୀ, ବିଧାୟକ, ନେତା ଓ ସମର୍ଥକ ଭେଟୁଛନ୍ତି। ନବୀନ ଶୀଘ୍ର ଆରୋଗ୍ୟଲାଭ କରନ୍ତୁ ବୋଲି ତାଙ୍କର ସମର୍ଥକ ଓ ପ୍ରଶଂସକମାନେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି। ସୋସିଆଲ ମିଡିଆରେ ନବୀନଙ୍କ ଆରୋଗ୍ୟ କାମନା କରି ଫଲୋଅର୍ସମାନେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି।

ନବୀନ ପଟ୍ଟନାୟକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହେବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଲା ପରେ ମନ୍ତ୍ରୀ, ବିଧାୟକ, ନେତା, ସମର୍ଥକ ଓ ପ୍ରଶଂସକମାନେ ସମ୍‌ ଅଲ୍ଟିମେଟ୍‌ ମେଡିକାୟର ଆଡ଼କୁ ଅଗ୍ରସର ହେଉଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ୍ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଏକାମ୍ର ବିଧାୟକ ବାବୁ ସିଂ ମେଡିକାଲରେ ପହଞ୍ଚି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ଅବଗତ ହୋଇଛନ୍ତି। ଡାକ୍ତରଙ୍କ ସହିତ କଥାବାର୍ତ୍ତା କରିଛନ୍ତି।

ବିଜେଡି ସରକାରରେ ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ, ବରି ବିଧାୟକ ବିଶ୍ବରଂଜନ ମଲ୍ଲିକ, ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ, ସ୍ବରୂପ ଦାସ, ପ୍ରଣବ ବଳବନ୍ତ ରାୟ, ଭୁବନେଶ୍ବର ମହାନଗର ନିଗମ (ବିଏମସି) ମେୟର ସୁଲୋଚନା ଦାସ ପ୍ରମୁଖ ନବୀନଙ୍କୁ ଭେଟିଛନ୍ତି।

ତେବେ ନବୀନ ପଟ୍ଟନାୟକ ଅସୁସ୍ଥ ହେବା ଖବର ଜଣାପଡ଼ିବା ପରେ ଧୀରେଧୀରେ ହସ୍‌ପିଟାଲ ଆଡ଼କୁ ଦଳୀୟ ନେତାମାନଙ୍କର ଆଗମନ ହେଉଛି। ଭିଡ଼ ଆଶଙ୍କା କରି କମିସନରେଟ ପୁଲିସ ସତର୍କ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

କିଛି ଦିନ ପୂର୍ବରୁ ମୁମ୍ବାଇର କୋକିଳବେନ ହସ୍ପିଟାଲରେ ଅପରେଶନ କରାଇ ଫେରିଥିବା ନବୀନଙ୍କର ସ୍ୱାସ୍ଥ୍ୟବସ୍ଥା ଆଉ ମଧ୍ୟ ଠିକ ନ ଥିବା ଜଣାପଡ଼ିଛି। ଗତ ସାଧାରଣ ନିର୍ବାଚନ ସମୟରେ ମଧ୍ୟ ସେ ଅସୁସ୍ଥ ଥିବା କଥା ଜଣାପଡ଼ିଥିଲା, ହେଲେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସୁସ୍ଥ ଥିବା ଦାବି କରିଥିଲେ। ତଥାପି, ପରେ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା ଜାରି ରହିଛି। ପାଞ୍ଚଥର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଓଡ଼ିଶାରେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି।