BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ସମାରୋହ ପାଳିତ

ଭୁବନେଶ୍ୱର : ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ । ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ ସମ୍ଭାବନା ସୃଷ୍ଟି ହୋଇପାରିବ । ଏଥିପ୍ରତି ସରକାର ପ୍ରତି କ୍ଷେତ୍ରରେ ପ୍ରୋତ୍ସାହନ ଦେଉଥିବା ସେ ଉଲ୍ଲେଖ କରିଥିଲେ । ମହାକାଶ ଗବେଷଣା ଏକ ସ୍ୱତନ୍ତ୍ର ଅଧ୍ୟୟନ ହୋଇଥିବାରୁ ଏଥିପ୍ରତି ଛାତ୍ରଛାତ୍ରୀ ମାନେ ନୀତିନିଷ୍ଠ ଧ୍ୟାନ ଦେଲେ ଜଣେ ମହାକାଶ ବିଜ୍ଞାନୀ ହୋଇପାରିବ। ରାଜ୍ୟରେ ବିଜ୍ଞାନ ଗବେଷଣା ଓ ବୈଷୟିକ ବିକାଶର ସୁଯୋଗ ରହିଛି ଏବଂ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର ସହଯୋଗ ରହିଥବା ନେଇ ସେ ସୂଚନା ଦେଇଥିଲେ ।

ମୁଖ୍ୟ ବକ୍ତା ଭାବେ ଆଇଆଇଟି, ଭୁବନେଶ୍ୱରର ସହକାରୀ ପ୍ରଫେସର ଡଃ ଦେବଦତ୍ତ ସ୍ୱାଇଁ ଯୋଗଦେଇ ଚଳିତ ବର୍ଷର ଶୀର୍ଷକ “ଆର୍ଯ୍ୟଭଟ୍ଟ ଠାରୁ ଗଗନାୟନ- ପ୍ରାଚୀନ ପ୍ରଜ୍ଞା ଠାରୁ ଅସୀମ ସମ୍ଭାବନା” ଉପରେ ଆଲୋକପାତ କରିଥିଲେ।
ଆଜିର ଦିବସ ଭାରତର ମହାକାଶ ଅଭିଯାନର ବିଜୟ ଗାଥାକୁ ମନେପକାଇବା ସହ ମହାକାଶ ଗବେଷଣା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଉଦ୍ରେକ କରିବ ବୋଲି ସେ ଉଲ୍ଲେଖ କରିଥିଲେ ।

ସୂଚନାଯୋଗ୍ୟ ଚନ୍ଦ୍ରଯାନ-୩ ମିଶନର ଉଲ୍ଲେଖନୀୟ ସଫଳତାକୁ ପାଳନ କରିବା ପାଇଁ ଭାରତ ସରକାର ଅଗଷ୍ଟ ୨୩ ତାରିଖକୁ “ଜାତୀୟ ମହାକାଶ ଦିବସ” ରୁପେ ଘୋଷଣା କରିଛନ୍ତି । ଏହି ମିଶନରେ ବିକ୍ରମ ଲ୍ୟାଣ୍ଡରର ନିରାପଦ ଏବଂ ସୂକ୍ଷ୍ମ ଅବତରଣ କରିବା ସହ ଦକ୍ଷିଣ ମେରୁ ନିକଟରେ ଚନ୍ଦ୍ର ପୃଷ୍ଠରେ ପ୍ରଜ୍ଞାନ ରୋଭରକୁ ନିୟୋଜିତ କରିବାରେ ସଫଳ ହୋଇପାରିଥିଲା । ଏହି ଐତିହାସିକ ସଫଳତା ଭାରତକୁ ମହାକାଶ ଯାତ୍ରା କରୁଥିବା ରାଷ୍ଟ୍ରଗୁଡିକ ମଧ୍ୟରେ ଏକ ଗୁରୁତ୍ବପୂର୍ଣ ସ୍ଥାନ ପ୍ରଦାନ କରିଛି । ଏହା ଭାରତକୁ ଚନ୍ଦ୍ରରେ ଅବତରଣ କରିବାରେ ଚତୁର୍ଥ ଦେଶ ଏବଂ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ପହଂଚିବାରେ ପ୍ରଥମ ଦେଶ ହେବାର ଗୌରବ ହାସଲ କରିଛି ।

ଏହି ଦିବସକୁ ପାଳନ କରିବା ପାଇଁ ଆଜି ଓଡିଶା ମହାକାଶ ଉପଯୋଗ କେନ୍ଦ୍ର ପରିସରରେ ପୂର୍ବାହ୍ନରେ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରଯାଇଥିଲା। ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିବିଶେଷ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ କରଯାଇଥିଲା । ବିଶେଷ କରି ଭୁବନେଶ୍ଵରର କେତେକ ସରକାରୀ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରଛାତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ସମ୍ବନ୍ଧୀୟ କୁଇଜ ପ୍ରତିଯୋଗୀତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରଯାଇଥିଲା ।

ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ପାତ୍ର ଓରସାକ ପରିସରରେ ବୃକ୍ଷ ରୋପଣ କରିବା ସହ ରକେଟ ଉତକ୍ଷେପଣ ସଂକ୍ରାନ୍ତୀୟ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ । ଏଥିସହ ଏହି ଅବସରରେ ଆଇଆଇଟି, ଭୁବନେଶ୍ୱରର ଛାତ୍ରଛାତ୍ରୀ ସମେତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ ।

ଏହି ଅବସରରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀମତୀ ରଶ୍ମିତା ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ନିଜର ଅଭିବ୍ୟକ୍ତି ପ୍ରଦାନ କରିଥିଲେ । ପରିଶେଷରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସୋଫି ସାଇନିକା ଧନ୍ୟବାଦ ଅର୍ପଣ କରିଥିଲେ ।