BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୧୫ ଯାଏ ଝଡ ବର୍ଷା।

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ଏଥିସହ କେତେକ ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲାରେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସହିତ ପବନ ବହିବା ଆଶଙ୍କା ରହିଛି। ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ୩୦ରୁ ୪୦ କି.ମି. ରହିବା ନେଇ ଅନୁମାନ କରାଯାଇଛି।

ରାଜ୍ୟରେ ମେଘୁଆ ପାଗ ରହୁଥିବାରୁ ତାତିର ପ୍ରକୋପ ହ୍ରାସପାଇଛି। ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ଟିଟିଲାଗଡ଼, ବୌଦ୍ଧ, ଭବାନୀପାଟଣା ଏବଂ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୩୯.୫ ଏବଂ ସୋନପୁରରେ ୩୯.୨ ଡିଗ୍ରୀ ସେଲସିୟସ ରହିଛି।