BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭୟଙ୍କର ରୂପ ନେଉଛି ବାତ୍ୟା ତଉକତେ।

ନୂଆଦିଲ୍ଲୀ,୧୬/୫ : ଆରବ ସାଗରରେ ସୃଷ୍ଟ ଲଘୁଚାପ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ଶନିବାର ସକାଳେ ଏହା ଗଭୀର ଅବପାତରେ ପରିଣତ ହୋଇଛି। କ୍ରମଶଃ ଏହା ଭୟଙ୍କର ସାମୁଦ୍ରିକ ଝଡ଼ ଏବଂ ପରେ ଅତି ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେବ। ବାତ୍ୟାର ନାମ ରଖାଯାଇଛି ‘ତଉକତେ’। ବାତ୍ୟା ସ୍ଥଳଭାଗ ଛୁଇଁଲେ ଭୟଙ୍କର ରୂପ ନେବାର ଆଶଙ୍କା ରହିଛି। ଘଣ୍ଟାପ୍ରତି ୧୫୦ରୁ ୧୭୫ କିଲୋମିଟର ବେଗରେ ପବନ ବହିବାର ଆକଳନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ବାତ୍ୟା ପ୍ରଭାବରେ କେରଳରେ ଶନିବାର ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ପ୍ରାୟ ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ଆଇଏମଡି ଆକଳନ କରିଛି।
ଗଭୀର ଅବପାତ ସମୁଦ୍ରରେ ବାତ୍ୟା ରୂପ ନେବା ପରେ ଗୁଜରାଟ ଏବଂ ପାକିସ୍ତାନ ଉପକୂଳ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ ପକ୍ଷରୁ ଚେତାବନୀ ଦିଆଯିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବେ। ଏ ନେଇ ପ୍ରଧାନମନ୍ତ୍ରୀ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ କରିବେ ବୋଲି ସୂଚନା ମିଳିଛି।