BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ଜନସାଧାରଣଙ୍କୁ ପରାମର୍ଶ, ସ୍ଥିତି ଉପରେ ରାଜ୍ୟ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି

ଭୁବନେଶ୍ୱର: ଆଜି ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ଉପଦେଶ ଦେଇଛନ୍ତି । ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ।
୨୦୨୦-୨୧ ମସିହାରେ କୋଭିଡ୍ ନିୟନ୍ତ୍ରଣ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ଦେଖାଯାଉଛି । ଏହି ରୋଗର ଭୟଭୟତାକୁ ପୂର୍ଣ୍ଣ ନିୟନ୍ତ୍ରଣରେ ରଖାଯାଇଛି । ଜନସାଧାରଣଙ୍କର ଟୀକାକରଣ ଏବଂ ନିରନ୍ତର ସରକାରୀ ପ୍ରଚେଷ୍ଠା ଯୋଗୁ ଓଡିଶାରେ କୋଭିଡ୍ ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ସାମ୍ନାକୁ ଆସୁଛି; ଏବଂ ସେ ସବୁ କେସକୁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯାଉଛି । ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ଏବଂ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ମାନକ ଅନୁସାରେ ଏହି କେସ ଗୁଡ଼ିକ ପୂର୍ବରୁ ଜଣାଥିବା ଅପେକ୍ଷାକୃତ ଧୀର ପ୍ରଜାତିର ଭୂତାଣୁ । ଏଗୁଡିକ ଅତି ଗୁରୁତର ରୋଗ ସୃଷ୍ଟି କରନ୍ତି ନାହିଁ । ଏହି ସବୁ କେସର ନିରୂପଣ ଏବଂ ଚିକିତ୍ସା ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।