BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନାବାଳିକାକୁ ଗଣବଳତ୍କାର।

ଫୁଲବାଣୀ ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଯୁବକଙ୍କୁ ଗିରଫ କରିଛି। ଅନ୍ୟଜଣେ ଫେରାର ଅଛନ୍ତି। ଏ ନେଇ ପୋଲିସ ଏକ ମାମଲା (ନଂ.୫୩/୨୧) ରୁଜୁ କରି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ପି.ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ନାବାଳିକା ଜଣକ ଗତ ୨୮ ତାରିଖରେ ଏକ ବିବାହ ଉତ୍ସବରେ ଯୋଗଦେବାକୁ ଯାଇଥିଲେ। ଫେରିବା ବେଳେ ବାଟରେ ଅଭିଯୁକ୍ତମାନେ ତାଙ୍କୁ ପାଖ ଜଙ୍ଗଲକୁ ଉଠାଇ ନେଇଥିଲେ । ସେଠାରେ ଜଣକ ପରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ପରେ ନାବାଳିକାଙ୍କୁ ଛାଡ଼ି ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ୨୯ ତାରିଖ ସକାଳେ ପରିବାର ଲୋକେ ଝିଅଙ୍କୁ ଖୋଜାଖୋଜି ପରେ ଜଙ୍ଗଲରୁ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କରିଥିଲେ। ଘଟଣା ସମ୍ପର୍କରେ ନାବାଳିକା ଜଣକ ପରିବାର ଲୋକଙ୍କୁ କହିଥିଲେ। ଏନେଇ ନାବାଳିକାଙ୍କ ବାପା ଥାନାରେ ଏତଲା ଦେଇଥିଲେ ା ପୋଲିସ ୩ ଅଭିଯୁକ୍ତଙ୍କ ସହ ନାବାଳିକାଙ୍କ ଡାକ୍ତରୀମାଇନା କରାଇଛି।