BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ।

ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭ ଦିନ ସମୟ ଥିବାରୁ ରାଜନୈତିକ ଦଳଗୁଡ଼ିକ ପ୍ରଥମ ଦିନରୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। କରୋନା କଟକଣାକୁ ଦୃଷ୍ଟିରେ ରଖି ବଡ ବଡ ରାଲି ଏବଂ ସଭାସମିତି ଉପରେ କଟକଣା ଜାରି କରାଯାଇଛି। ଦଳୀୟ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକମାନେ ଘର ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ଏଥିସହିତ ପ୍ରାର୍ଥୀମାନେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ଚଳାଇଛନ୍ତି। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ନିଜ ବାସସ୍ଥାନ ପାଣିଦୋଳ ଗ୍ରାମରୁ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଶାନ୍ତ ମୁଦୁଲିଙ୍କ ନେତୃତ୍ୱରେ ସେ ଘର ଘର ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ସେହିପରି ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ଦାଶ ଗୋବିନ୍ଦପୁରଠାରେ ବିଜେଡି ପ୍ରାର୍ଥୀ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି।
ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲି ଦାଣ୍ଡମୁକୁନ୍ଦପୁର ଗୋପାଳଜୀଉ ମନ୍ଦିରରୁ ଆଶୀର୍ବାଦ ନେଇ ନିର୍ବାଚନ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ଦାଣ୍ଡମୁକୁନ୍ଦପୁର ଏବଂ ତେଇଶିପୁରର ବିଭିନ୍ନ ଅଞ୍ଚଳକୁ ଯାଇ ଭୋଟରଙ୍କ ସହ ମିଶିଛନ୍ତି।
ମଧ୍ୟ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିଛି। ଦଳୀୟ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ସମେତ ପଞ୍ଚାନନ କାନୁନ୍‌ଗୋ, ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଦେବାଶିଷ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି। କୋଭିଡ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତର ନିର୍ବାଚନ ଆୟୋଗ ପ୍ରଚାର ପାଇଁ ଅନେକ କଟକଣା ଜାରି କରିଛନ୍ତି। କଟକଣାକୁ ଉଲ୍ଲଂଘନ କଲେ ପ୍ରାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ନେଇ ମଧ୍ୟ ଚେତାବନୀ ଦିଆଯାଇଛି। ନିର୍ବାଚନ ପ୍ରଚାର ଆଗାମୀ ଦିନରେ ଆହୁରି ସରଗରମ ହେବ। ବିଭିନ୍ନ ରାଜନୈତିକ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇବେ। ବିଜେଡି ପାଇଁ ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବା ବେଳେ ଭାଜପା ପିପିଲି ଆସନକୁ ଦଖଲ କରିବାକୁ ଜୋରଦାର ଉଦ୍ୟମ ଚଳାଇଛି। ସେହିପରି କଂଗ୍ରେସ ନିଜର ପୁରୁଣା ଗଡ ବଞ୍ଚାଇବାକୁ ମଧ୍ୟ ପ୍ରୟାସ ଚଳାଇଛି।