BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଅ ପରେ ପରେ ଚାଲିଗଲେ ମା । ଅଜିତ ମଙ୍ଗରାଜଙ୍କ ମା ବି ଚାଲିଗଲେ।

ଭୁବନେଶ୍ୱର,୧୭/୪(ଓଡ଼ିଆ ନ୍ୟୁଜ): ପୁଅ ପରେ ପରେ ଚାଲିଗଲେ ମା। ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିବାର ଚାରିଦିନ ପରେ ତାଙ୍କ ମା’ କ୍ଷେତ୍ରମଣି ମଙ୍ଗରାଜଙ୍କର ପରଲୋକ ଘଟିଛି। ଅଜିତ ମଙ୍ଗରାଜ ଅସୁସ୍ଥ ଥିଲେ ଏବଂ ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯିବାପରେ ତାଙ୍କର ପରଲୋକ ଘଟିଥିଲା। ତାଙ୍କ ବିୟୋଗ ପରେ ପିପିଲି ଉପନର୍ବିାଚନକୁ ସ୍ଥଗିତ ରଖାଯାଇଛି। ସବୁଠାରୁ ଦୁଃଖର ବିଷୟ ଯେ ଅଜିତ ଅସୁସ୍ଥ ହୋଇ ହସପିଟାଲରେ ଭର୍ତ୍ତି ହେବାପରେ ତାଙ୍କ ମା’ ମଧ୍ୟ ହୃଦରୋଗର ଚିକିତ୍ସା ପାଇଁ ହସପିଟାଲକୁ ଯାଇଥିଲେ। ତେବେ ସେଠାରେ ସେ ମଧ୍ୟ କରୋନା ସଂକ୍ରମିତ ଥିବା ଜଣାପଡିଥିଲା ଏବଂ ତାଙ୍କର ଫୁସଫୁସ ଅତିମାତ୍ରରେ ସଂକ୍ରମିତ ହୋଇସାରିଥିବା ପରୀକ୍ଷାରୁ ଜଣାପଡିଥିଲା। ଶେଷରେ ସେ ସ୍ଥାନୀୟ ଏକ ହସପିଟାଲରେ ଆଖି ବୁଜିଛନ୍ତି।