BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପିପିଲି ଉପନିର୍ବାଚନ ପାଇଁ ତିନୋଟି ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ।

ଭୁବନେଶ୍ୱର, :  ପିପିଲି ଉପନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ନିଜ ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ଥିବାବେଳେ ଅକ୍ଟୋବର ୩ ତାରିଖରେ ଭୋଟ ଗଣତି କରାଯିବ। ତେବେ ଉପନିର୍ବାଚନ ପାଇଁ ସବୁ ଦଳ ନିଜର ପ୍ରସ୍ତୁତି ପର୍ବ ଆରମ୍ଭ କରିଥିବା ବେଳେ ଷ୍ଟାର କ୍ୟାମ୍ପେନ ସବୁ ଦଳ ଆରମ୍ଭ କରିବାକୁ ଯାଉଛନ୍ତି। ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସମୀର ରଞ୍ଜନ ଦାଶ, ସୁଶାନ୍ତ କୁମାର ସିଂହ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତିରଞ୍ଜନ ଘଡ଼ାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀରଞ୍ଜନ ତ୍ରିପାଠୀ ଏବଂ ସୁଧୀର କୁମାର ସାମଲ ରହିଛନ୍ତି। ତେବେ ବିଜେଡିର ଏହି ତାଲିକାରେ ମନ୍ତ୍ରୀ ଅରୁଣ କୁମାର ସାହୁ, ପ୍ରତାପ ଜେନା ପ୍ରମୁଖ ଆହୁରି ବହୁ ନେତାଙ୍କୁ ସାମିଲ ନ କରି ବାଦ୍‌ ଦିଆଯାଇଛି, ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।
ସେହିପରି କଂଗ୍ରେସ ତାଲିକାରେ ଦଳର ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜି.ରୁଦ୍ର ରାଜୁ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝି, ବିପିନ ଦାଶ, ରାମଚନ୍ଦ୍ର ଖୁଣ୍ଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ଅଧୀରାଜ ମୋହନ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡ଼ା ଏବଂ ସତ୍ୟପ୍ରକାଶ ନାୟକ ପ୍ରମୁଖ ଅଛନ୍ତି। ଭାଜପା ତାଲିକାରେ ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବୈଜୟନ୍ତ ପଣ୍ଡା, ଡି. ପୁରନ୍ଦେଶ୍ୱରୀ, ବିଜୟ ପାଲ ସିଂ ତୋମାର, ଜୁଏଲ ଓରାମ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମନମୋହନ ସାମଲ, କେ.ଭି. ସିଂ ଦେଓ, ସୁରମା ପାଢ଼ୀ, ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ, ମୋହନ ଚରଣ ମାଝି, ପ୍ରଭାତୀ ପରିଡ଼ା, ମାନସ କୁମାର ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଏବଂ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ରଖାଯାଇଛି।